‘ଦାନା’ ର ପୂର୍ବାଭାସ,୪ ଜିଲ୍ଲାରେ ଆରମ୍ଭ ହେଲା ବର୍ଷା
ଭୁବନେଶ୍ୱର : ବାତ୍ୟା ‘ଦାନା’ ଭିତରକନିକା ଏବଂ ଧାମରା ମଝିରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳର ଭାଗ ଛୁଇଁବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ଏହି ସୂଚନା ଦେଇଛନ୍ତି। ବାତ୍ୟା ‘ଦାନା’ ପାଇଁ ବନ୍ଦରରେ ୪ନଂ ବିପଦ ସଂକେତ ରହିଛି । […]
ଭୁବନେଶ୍ୱର : ବାତ୍ୟା ‘ଦାନା’ ଭିତରକନିକା ଏବଂ ଧାମରା ମଝିରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳର ଭାଗ ଛୁଇଁବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ଏହି ସୂଚନା ଦେଇଛନ୍ତି। ବାତ୍ୟା ‘ଦାନା’ ପାଇଁ ବନ୍ଦରରେ ୪ନଂ ବିପଦ ସଂକେତ ରହିଛି । ପାରାଦୀପ, ଧାମରା ଓ ପୁରୀ ବନ୍ଦରକୁ ୪ନଂ ବିପଦ ସଂକେତ ଦିଆଯାଇଛି ।
ବାତ୍ୟା ‘ଦାନା ’ ୧୮ କି.ମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ପାରାଦୀପଠୁ ୫୨୦ ଓ ସାଗର ଦ୍ୱୀପଠାରୁ ୬୦୦ କିମି ଦୂରରେ ରହିଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ୨ରୁ ୩ ମିଟର ଉଚ୍ଚର ଜୁଆର ମାଡ଼ି ଆସିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜି ସକାଳ ଠାରୁ ଚାନ୍ଦବାଲି,ଧାମରା,ପାରାଦୀପ ଏବଂ ଭିତରକନିକାରେ ବର୍ଷା ଆରମ୍ଭ ହୋଇଯାଇଛି ।
ସେହିପରି ଆଜି ସନ୍ଧ୍ୟା ସୁଦ୍ଧା ୧୪ ଟି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯିବ । ଏହି ଜିଲ୍ଲା ଗୁଡିକ ମଧ୍ୟରେ କେନ୍ଦ୍ରାପଡା, ଜଗତସିଂପୁର,ବାଲେଶ୍ୱର,ଭଦ୍ରକ,ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସୂଚନା ରହିଛି । ସେହିପରି ଯାଜପୁର,ପୁରୀ ଏବଂ ପାର୍ଶ୍ଵବର୍ତ୍ତୀ କିଛି ଜିଲ୍ଲାରେ ବର୍ଷ ହେବାର ସମ୍ଭାବନା ରହିଛି । ଅକ୍ଟୋବର ୨୪ରେ ଅତି ପ୍ରବଳ ବର୍ଷା ନେଇ ୪ ଜିଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ତାରିଖ ମଧ୍ୟ ବର୍ଷାର ପ୍ରଭାବ ରହିବ ଓ ୨୬ରୁ ପରିମାଣ କମିବ ବୋଲି ସୂଚନା ମିଳିଛି ।




