ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର, ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ I ଏହା ଦକ୍ଷିଣ ଆଣ୍ଡାମାନ ସାଗର ଓ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଦିଗକୁ ଗତି କରିବ ଏବଂ ନଭେମ୍ବର ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଦକ୍ଷିଣ ପୂର୍ବ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି କରିବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ଆଶଙ୍କା […]
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ I ଏହା ଦକ୍ଷିଣ ଆଣ୍ଡାମାନ ସାଗର ଓ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଦିଗକୁ ଗତି କରିବ ଏବଂ ନଭେମ୍ବର ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଦକ୍ଷିଣ ପୂର୍ବ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି କରିବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ଆଶଙ୍କା ରହିଛି। ଯଦି ଲଘୁଚାପଟି ବାତ୍ୟାର ରୂପ ନିଏ ତେବେ କେଉଁଠି ଲ୍ୟାଣ୍ଡଫଲ୍ କରିବ ତାକୁ ନେଇ ବିଭିନ୍ନ ମଡେଲ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି। କିଛି ମଡେଲ ବାତ୍ୟାଟି ବଂଲାଦେଶରେ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରୁଥିବା ବେଳେ କିଛି ମଡେଲ ଏହା ଆନ୍ଧ୍ର ଉପକୂଳ ଆଡ଼କୁ ଯିବା ନେଇ ଆକଳନ କରୁଛନ୍ତି। ତେବେ ସମ୍ଭବତଃ ଏହାର ଓଡ଼ିଶା ଉପରେ କୌଣସି ସିଧାସଳଖ ପ୍ରଭାବ ନ ପଡ଼ିବା ନେଇ ଅଧିକାଂଶ ମଡେଲ୍ ଇଙ୍ଗିତ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ଆଇଏମ୍ଡି ପକ୍ଷରୁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସୂଚନା ଦିଆଯାଇ ନ ଥିବା ବେଳେ ଏହା ୨୯ ସୁଦ୍ଧା ଅବପାତରେ ପରିଣତ ହେବ ବୋଲି ଆକଳନ କରିଛି।
ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୮ ତାରିଖରେ କୋରାପୁଟ, ମାଲାକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାର କେତେକାଂଶରେ ହାଲୁକା ବର୍ଷା ହୋଇପାରେ। ୨୯ ତାରିଖରୁ ମଧ୍ୟ ରାଜ୍ୟରେ ଶୁଖିଲା ଓ ଖରାଟିଆ ପାଗ ଦେଖିବାକୁ ମିଳିବ। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଶୁଖିଲା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରି ମଧ୍ୟରେ ରହିବ।




