ପୂର୍ବତନ ବିଜେଡି ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ
କଟକ : କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ । ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ପ୍ରଭାତ ସାମନ୍ତରାୟଙ୍କ ଦେହାନ୍ତ ନେଇ ତାଙ୍କ ସାନ ପୁଅ ସିଦ୍ଧାର୍ଥ ସାମନ୍ତରାୟ ସୂଚନା ଦେଇଛନ୍ତି । ପ୍ରଭାତ କୁମାର ସାମନ୍ତରାୟ ୧୯୫୦ ମସିହାର ଅପ୍ରେଲ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ସୂର୍ଯ୍ୟମଣି […]
କଟକ : କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ । ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ପ୍ରଭାତ ସାମନ୍ତରାୟଙ୍କ ଦେହାନ୍ତ ନେଇ ତାଙ୍କ ସାନ ପୁଅ ସିଦ୍ଧାର୍ଥ ସାମନ୍ତରାୟ ସୂଚନା ଦେଇଛନ୍ତି ।
ପ୍ରଭାତ କୁମାର ସାମନ୍ତରାୟ ୧୯୫୦ ମସିହାର ଅପ୍ରେଲ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ସୂର୍ଯ୍ୟମଣି ସାମନ୍ତରାୟ ଏବଂ ପତ୍ନୀଙ୍କ ନାମ ପ୍ରତିଭା ମଞ୍ଜରୀ ମହାନ୍ତି । ପ୍ରଭାତଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର । ସେ ଜଣେ ବିଶିଷ୍ଟ ରାଜନୀତିଜ୍ଞ। ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଥିଲେ। କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭାବେ ୨ ଥର ନିର୍ବାଚିତ ହୋଇଥିଲେ ।




