ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ପରଲୋକ

ଛତ୍ରପୁର: ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଆଜି ଭୋର ସମୟରେ ହୃଦଘାତରେ ତାଙ୍କର ପରଲୋକ ହୋଇଛି । ଆଜି ଭୋରରୁ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ବର୍ଗତ ଆଦିକନ୍ଦ ସେଠୀ ୨୦୦୯ରୁ ୨୦୧୪ ଯାଏ ସେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିରୁ ବିଧାୟକ ଥିଲେ। ୨୦୧୪ରେ ସେ […]

Samaya Live Picture
Published On

ଛତ୍ରପୁର: ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଆଜି ଭୋର ସମୟରେ ହୃଦଘାତରେ ତାଙ୍କର ପରଲୋକ ହୋଇଛି । ଆଜି ଭୋରରୁ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା।

ସ୍ବର୍ଗତ ଆଦିକନ୍ଦ ସେଠୀ ୨୦୦୯ରୁ ୨୦୧୪ ଯାଏ ସେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିରୁ ବିଧାୟକ ଥିଲେ। ୨୦୧୪ରେ ସେ ବିଜେଡିରେ ଯୋଗ ଦେଇଥିଲେ । ସ୍ବର୍ଗତଃ ସେଠୀ ଶିକ୍ଷକତାରୁ ରାଜନୀତି କ୍ଷେତ୍ରକୁ ଆସିଥିଲେ। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ନିଜ ଗାଁରେ ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି।