ପୂର୍ବତନ କଂଗ୍ରେସ ବିଧାୟକଙ୍କ ପରଲୋକ
By: Samaya Live News
ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ନୀଳଗିରିର ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ହେବ ସେ କର୍କଟ ରୋଗରେ ପୀଡିତ ହୋଇ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଥିଲେ । ଆଜି ଭୋର ସମୟରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ନୀଳଗିରି ଡାକ୍ତରଖାନା ଏବଂ ପରେ ସେଠାରୁ ବାଲେଶ୍ୱର ଡାକ୍ତରଖାନା ଆଣିବା ବେଳେ ରାସ୍ତାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି ।
ସମ୍ବନ୍ଧିତ ଖବର ଦେଶରେ ବାୟୁ ପ୍ରଦୂଷଣରେ ରେକର୍ଡ ଭାଙ୍ଗିଲା ଓଡ଼ିଶା
ଅକ୍ଷୟ କୁମାର ଆଚାର୍ଯ୍ୟ ୧୯୬୯ ମସିହାରେ ଭାରତୀୟ କଂଗ୍ରେସ ଯୋଗ ଦେଇଥିଲେ । ମାତ୍ର ୩୧ ବର୍ଷ ବୟସରେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇ ୨ ଥର ବିଧାୟକ ଭାବେ କାର୍ଯ୍ୟଭାର ତୁଲାଇଥିଲେ । ୧୯୮୦ ଓ ୧୯୯୫ ମସିହାରେ ଅକ୍ଷୟ ଆଚାର୍ଯ୍ୟ ନୀଳଗିରିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ନୀଳଗିରି ନିର୍ବାଚନ ମଣ୍ଡଳୀ ର ବିକାଶ କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ରହିଛି। ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
Tags:



