ପୂର୍ବତନ ଖଲ୍ଲିକୋଟ ବିଧାୟିକା ହୋଇଥିଲେ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ

ଖଲ୍ଲିକୋଟ : ଖଲ୍ଲିକୋଟ ରାଣୀ ପୂର୍ବତନ ବରିଷ୍ଠ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ I ଖଲ୍ଲିକୋଟ ୮୭ ବର୍ଷ ବୟସରେ ତାମିଲନାଡୁର ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିିଛି। ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି ସୁଜ୍ଞାନ କୁମାରୀ। ସେ ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ୨ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇ ଯାଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି […]

Samaya Live Picture
Published On

ଖଲ୍ଲିକୋଟ : ଖଲ୍ଲିକୋଟ ରାଣୀ ପୂର୍ବତନ ବରିଷ୍ଠ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ I ଖଲ୍ଲିକୋଟ ୮୭ ବର୍ଷ ବୟସରେ ତାମିଲନାଡୁର ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିିଛି।

ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି ସୁଜ୍ଞାନ କୁମାରୀ। ସେ ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ୨ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇ ଯାଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିିଥିଲେ। ଏହାପରେ ରାତି ୧୨ଟା ୪୪ ମିନିଟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରାଣୀଙ୍କ ବିୟୋଗରେ ରାଜ୍ୟ ରାଜନୀତି ମହଲରେ ଶୋକର ଛୋୟା ଖେଳିଯାଇଛି।

ତାଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତି ଶୋକ ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ‘ଏକ୍ସ’ରେ ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ଅନୁଗାମୀଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।ଓଡ଼ିଶାର ଲୋକକ୍ଷେତ୍ରକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ ବୋଲି କହିଛନ୍ତି।

ସେହିପରି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ,ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି। ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି। ଏହା ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Tags: