ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ଦେହାନ୍ତ

ଢେଙ୍କାନାଳ: କାମାକ୍ଷାନଗର ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ଦେହାନ୍ତ। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଦିର୍ଘଦିନ ହେବ ଅସୁସ୍ଥ ଥିବା କାରଣରୁ ଚିକିତ୍ସା ଜାରି ରହିଥିଲା । ଗତକାଲି ଅଧିକ ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଥିବା ପରିବାର ସୂତ୍ରରୁ ସୂଚନା ମିଳିଛି । ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ପରଲୋକରେ ଗଭୀର ଶୋକ […]

ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ଦେହାନ୍ତ
Samaya Live Picture
Published On

ଢେଙ୍କାନାଳ: କାମାକ୍ଷାନଗର ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ଦେହାନ୍ତ। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଦିର୍ଘଦିନ ହେବ ଅସୁସ୍ଥ ଥିବା କାରଣରୁ ଚିକିତ୍ସା ଜାରି ରହିଥିଲା । ଗତକାଲି ଅଧିକ ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଥିବା ପରିବାର ସୂତ୍ରରୁ ସୂଚନା ମିଳିଛି ।

ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଓଡ଼ିଶା ରାଜନୀତିର ଜଣେ କର୍ମଯୋଗୀ ନେତା ଏବଂ ଓଡ଼ିଶାର ପ୍ରଥମ ବିଜେପି ବିଧାୟକ ଶ୍ରୀ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ। ଶିକ୍ଷା, ସାମାଜିକ ସେବା ଏବଂ ରାଜନୈତିକ କ୍ଷେତ୍ରରେ ତାଙ୍କର ଅବଦାନ, ଏବଂ ଆମ ଦଳର ସଂଗଠନକୁ ଦୃଢ଼ କରିବାରେ ତାଙ୍କର ଅସାମାନ୍ୟ ଯୋଗଦାନ ସର୍ବଦା ସ୍ମରଣୀୟ ହୋଇରହିବ। ତାଙ୍କ ବିୟୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି। ଦିବଙ୍ଗତ ଆତ୍ମାଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି। ପ୍ରଭୁ ଜଗନ୍ନାଥ ତାଙ୍କ ଅମର ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ଏବଂ ତାଙ୍କ ପରିବାରବର୍ଗଙ୍କୁ ଏହି କଠିନ ସମୟରେ ଧୈର୍ଯ୍ୟ ପ୍ରଦାନ କରନ୍ତୁ।

ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଶୋକବାର୍ତ୍ତାରେ କହିଛନ୍ତି, ଆମ ଦଳର କାମାକ୍ଷାନଗରର ପୂର୍ବତନ ବିଧାୟକ ତଥା ଓଡ଼ିଶା ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ସରଳ, କର୍ମନିଷ୍ଠ ସ୍ୱଭାବର ବ୍ୟକ୍ତି ଥିଲେ। ଶିକ୍ଷା ସହ କାମାକ୍ଷାନଗରର ବିକାଶ, ଆମ ଦଳର ସଂଗଠନ ଓ ଗାରିମାକୁ ବୃଦ୍ଧି କରିବାରେ ତାଙ୍କର ଯୋଗଦାନ ସ୍ମରଣୀୟ ହୋଇରହିବ। ତାଙ୍କ ବିୟୋଗରେ ଆମ ଦଳ ଜଣେ ଦକ୍ଷ ନେତାଙ୍କୁ ହରାଇଲା। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି..

ପ୍ରସନ୍ନ କୁମାର ପଟ୍ଟନାୟକ ତିନି ଥର କାମାକ୍ଷାନଗରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଜନତା ଦଳରୁ ଦୁଇଥର ଓ ଓଡିଶାରୁ ପ୍ରଥମ ବିଜେପି ବିଧାୟକ ଭାବେ ବିଜୟୀ ହୋଇଥିଲେ । କାମାକ୍ଷାନଗର ନିର୍ବାଚନ ମଣ୍ଡଳୀରେ ଶିକ୍ଷାକ୍ଷେତ୍ରରେ ଅନେକ କାର୍ଯ୍ୟ କରିଥିଲେ ପ୍ରସନ୍ନ ପଟ୍ଟନାୟକ । କାମାକ୍ଷାନଗର ମହିଳା ମହାବିଦ୍ୟାଳୟ,ବିରାଶାଳ ଆଞ୍ଚଳିକ ମହାବିଦ୍ୟାଳୟ, ଭୁବନ ମହିଳା ମହାବିଦ୍ୟାଳୟ ପ୍ରମୁଖ ୧୫ରୁ ଊର୍ଦ୍ଧ୍ବ ଶିକ୍ଷାନୁଷ୍ଠାନର ତାଙ୍କ ଚେଷ୍ଟାରେ ନିର୍ମିତ ହୋଇଥିଲା ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ‌ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ କରାଯିବ।

Tags: