ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ

ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ
Samaya Live News Picture
Published On

କଳାହାଣ୍ଡି : ପୂର୍ବତନ ବିଧାୟକଙ୍କ ପରଲୋକ । ୫୫ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି  କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡର ପୂର୍ବତନ ବିଧାୟକ ଶିବାଜୀ ମାଝୀ । ବିଜେପୁର ପଞ୍ଚାୟତର ଥିବା ନିଜ ଗାଁ ଦାନାରୀଗୁଡା ବାସ ଭବନରେ ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି । ଗତ କିଛି ଦିନ ତଳେ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହୋଇ ନିଜ ଗାଁ କୁ ଫେରିଥିଲେ । ତାଙ୍କ ଅକାଳ ବିୟୋଗରେ ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ, ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି l

ଜଣେ ଆଦିବାସୀ ନେତା ହିସାବରେ ଜିଲ୍ଲାରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ଶିବାଜୀ ମାଝୀ ୨୦୦୯ ମସିହାରେ ସେ କଂଗ୍ରେସ ଟିକେଟରୁ ବିଧାୟକ ନିର୍ବାଚିତ ହୋଇଥିଲେ । ପରବର୍ତୀ ସମୟରେ ବିଜେଡିରେ ଯୋଗଦେଇଥିଲେ । ବିଜେଡିରେ ସାମିଲ ହେଲା ପରେ କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ପ୍ରଥମ ଅଧ୍ୟକ୍ଷ ଭାବେ ତାଙ୍କୁ ଦାୟିତ୍ୱ ମିଳିଥିଲା l ସେ ଜିଲାର ଲାଞ୍ଜିଗଡ଼, ଥୁଆମୂଳ ରାମପୁର ଭଳି ଆଦିବାସୀ ଅଞ୍ଚଳଗୁଡ଼ିକର ବିକାଶ ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଥିଲେ। ବିଭିନ୍ନ ପଦପଦବୀରେ ରହିଥିଲେ ମଧ୍ୟ ତାଙ୍କର ସରଳ ଜୀବନଯାପନ ଓ ଲୋକଙ୍କ ପ୍ରତି ଆତ୍ମୀୟତା ତାଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଥିଲା।

Tags: