ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ନାୟକଙ୍କ ପରଲୋକ
ଭୁବନେଶ୍ୱର : କାକଟପୁରର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱର ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ମସ୍ତିସ୍କଘାତ ଯୋଗୁଁ ସେ ୨୦୧୯ ରୁ ଚିକିତ୍ସାଧୀନ ଥିଲେ । ୧୯୭୧ ମସିହାରେ ସେ ପ୍ରଥମେ ଉତ୍କଳ କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ସୁରେନ୍ଦ୍ର ନାଥ ନାୟକ । ୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି। […]
ଭୁବନେଶ୍ୱର : କାକଟପୁରର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱର ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ମସ୍ତିସ୍କଘାତ ଯୋଗୁଁ ସେ ୨୦୧୯ ରୁ ଚିକିତ୍ସାଧୀନ ଥିଲେ ।
୧୯୭୧ ମସିହାରେ ସେ ପ୍ରଥମେ ଉତ୍କଳ କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ସୁରେନ୍ଦ୍ର ନାଥ ନାୟକ । ୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି। ଏହାପରେ ୧୯୮୫ ମସିହାରେ ଜନତା ପାର୍ଟିରୁ ଟିକେଟ ପାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ପରେ ୧୯୯୦ ଜନତା ଦଳରେ , ୧୯୯୫ ଉପନିର୍ବାଚନରେ ଜନତା ଦଳ ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୨୦୦୦ ଏବଂ ୨୦୦୪ ମସିହାରେ ବିଜେଡି ଟିକେଟରେ ବିଧାନସଭା ନିର୍ବାଚନ ଲଢ଼ି କାକଟପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏଥିସହ ବିଭିନ୍ନ ସମୟରେ ବିଭିନ୍ନ ବିଭାଗର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ ସୁରେନ୍ଦ୍ର ନାୟକ।ସୁରେନ୍ଦ୍ର ନାଥ ନାୟକ କାକଟପୁର ନିର୍ବାଚନ ମଣ୍ଡଳୀରୁ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ କୃଷି ଓ ଶିକ୍ଷା ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ।
ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ। ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।




