ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ

କଟକ : ଜଗତସିଂହପୁରର ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ସେ ବ୍ରେନ୍‌ ଷ୍ଟ୍ରୋକ୍‌ରେ ପୀଡ଼ିତ ହୋଇ ଗୁରୁତର ଅବସ୍ଥାରେ ଗତ ତିନି ସପ୍ତାହ ହେଲା ହସପିଟାଲରେ ଚିକିତ୍ସାଧୀନ ଥିଲେ । ସ୍ୱର୍ଗତ ତ୍ରିଲୋଚନ କାନୁନଗୋ ୧୯୪୦ ମସିହା ନଭେମ୍ବର ୨୪ ତାରିଖରେ କଟକ ଜିଲ୍ଲା ବଡ଼ମୂଳେଇ ଗ୍ରାମରେ ଜନ୍ମଗ୍ରହଣ […]

Samaya Live Picture
Published On

କଟକ : ଜଗତସିଂହପୁରର ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ସେ ବ୍ରେନ୍‌ ଷ୍ଟ୍ରୋକ୍‌ରେ ପୀଡ଼ିତ ହୋଇ ଗୁରୁତର ଅବସ୍ଥାରେ ଗତ ତିନି ସପ୍ତାହ ହେଲା ହସପିଟାଲରେ ଚିକିତ୍ସାଧୀନ ଥିଲେ ।

ସ୍ୱର୍ଗତ ତ୍ରିଲୋଚନ କାନୁନଗୋ ୧୯୪୦ ମସିହା ନଭେମ୍ବର ୨୪ ତାରିଖରେ କଟକ ଜିଲ୍ଲା ବଡ଼ମୂଳେଇ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। । ସେ ୧୯୭୧, ୧୯୭୪ ଓ ୧୯୮୫ ମସିହାରେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୯ରେ ସେ ବିଜେଡି ଟିକେଟରେ ଜଗତସିଂହପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ। ଏଥସହ ସେ କଟକ ପୌରପାଳିକାର ପ୍ରାକ୍ତନ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରି ବେଶ ଲୋକପ୍ରିୟତା ହାସଲ କରିଥିଲେ। ଅଡଶପୁରସ୍ଥିତ ୟୁଏନ୍ କଲେଜର ପରିଚାଳନା ସମିତିର ସେ ଅଧ୍ୟକ୍ଷ ଭୂମିକା ନିର୍ବାହ କରୁଥିଲେ। ସେ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

Tags: