ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ
ପିପିଲି : ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ । ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ଏନେଇ ସୂଚନା ଦେଇଛନ୍ତି ପୁଅ ପ୍ରିୟବ୍ରତ ସାମନ୍ତରାୟ । ସୂଚନା ଅନୁଯାୟୀ, ଗତ କିଛି ମାସ ହେଲା ଅସୁସ୍ଥ ଥିଲେ ଯୁଧିଷ୍ଠିର । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଲଗାତର ଭାବେ ଡାକ୍ତରୀ ଟିମ୍ ତାଙ୍କ ଦେହ […]
ପିପିଲି : ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ । ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ଏନେଇ ସୂଚନା ଦେଇଛନ୍ତି ପୁଅ ପ୍ରିୟବ୍ରତ ସାମନ୍ତରାୟ ।
ସୂଚନା ଅନୁଯାୟୀ, ଗତ କିଛି ମାସ ହେଲା ଅସୁସ୍ଥ ଥିଲେ ଯୁଧିଷ୍ଠିର । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଲଗାତର ଭାବେ ଡାକ୍ତରୀ ଟିମ୍ ତାଙ୍କ ଦେହ ଉପରେ ନଜର ରଖିଥିଲେ । ହେଲେ ଶେଷରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଯୁଧିଷ୍ଠିର ସାମନ୍ତରାୟ । ପିପିଲିର ଜଣେ ଦକ୍ଷ ନେତା ଭାବେ ବେଶ୍ ଜଣାଶୁଣା ଯୁଧିଷ୍ଠିର ସାମନ୍ତାରାୟ । ସେ ୧୯୯୫-୨୦୦୦ ପର୍ଯ୍ୟନ୍ତ ପିପିଲିର ବିଧାୟକ ଥିଲେ। ଏହାପରେ ଯୁଧିଷ୍ଠିର ଲଗାତାର ୨୦୧୪ ପର୍ଯ୍ୟନ୍ତ ନିର୍ବାଚନ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ । ଯୁଧିଷ୍ଠିରଙ୍କ ବିୟୋଗରେ କଂଗ୍ରେସ ଜଣେ ଟାଣୁଆ ସଙ୍ଗଠକଙ୍କୁ ହରାଇଛି । ପୂର୍ବତନ ବିଧାୟକଙ୍କ ବିୟୋଗରେ ପିପିଲିରେ ଶୋକର ଛାୟା ଖେଳିଯାଇଛି ।




