ହୀରାକୁଦରେ ଖୋଲିଲା ଆଉ ୪ଟି ଗେଟ
ହୀରାକୁଦ : ଆଜି ସକାଳେ ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ମୋଟ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ଗତକାଲି ଗୁରୁବାର ଦିନ ମୋଟ୍ ୮ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା। ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୩ଟି ସ୍ଲୁଇସ୍ […]
ହୀରାକୁଦ : ଆଜି ସକାଳେ ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ମୋଟ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ଗତକାଲି ଗୁରୁବାର ଦିନ ମୋଟ୍ ୮ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା। ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୩ଟି ସ୍ଲୁଇସ୍ ଗେଟ୍ ଖୋଲାଥିଲା। ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।
ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳପ୍ରବେଶ ବଢିବାରେ ଲାଗିଛି । ସକାଳ ୯ ଟା ସୁଦ୍ଧା ୬୦୯.୧୭ ଫୁଟ ଜଳସ୍ତର ରହିଛି । ଉପର ମୁଣ୍ତରୁ ସେକେଣ୍ତ ପ୍ରତି ୧ ଲକ୍ଷ ୮୬ ହଜାର ୮୧୫ କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ୧ ଲକ୍ଷ ୫୬ ହଜାର ୧୯୪ କ୍ୟୁସେକ ଜଳ ନିଷ୍କାସନ ହେଉଛି ।
ଅନ୍ୟପଟେ,୨୪ ତାରିଖରୁ ୨୮ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି I ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୧୨ଘଣ୍ଟାରେ ଏହା ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ରେଡ଼ ୱାର୍ଣ୍ଣିଂ ଜାରି ହୋଇଛି।




