ମାଲବାହୀ ଟ୍ରେନ ଲାଇନଚ୍ୟୁତ,ରେଳ ଚଳାଚଳ ପ୍ରଭାବିତ
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ୟାର୍ଡରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ । ଭୁବନେଶ୍ୱର ମଞ୍ଚେଶ୍ୱର ରେଳ ଷ୍ଟେସନ ନିକଟରେ ମାଲବାହୀ ଗାଡିଟି ଲାଇନଚ୍ୟୁତ ହେବା ଫଳରେ ସାମୟିକ ଭାବରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାନୁସାରେ, ଆଜି ସକାଳେ ପ୍ରାୟ ୮ଟା ୪୦ ସମୟରେ ଏକ ମାଲବାହୀ ଟ୍ରେନଟି ଡାଉନ ଲାଇନ ଦେଇ କଟକ […]
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ୟାର୍ଡରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ । ଭୁବନେଶ୍ୱର ମଞ୍ଚେଶ୍ୱର ରେଳ ଷ୍ଟେସନ ନିକଟରେ ମାଲବାହୀ ଗାଡିଟି ଲାଇନଚ୍ୟୁତ ହେବା ଫଳରେ ସାମୟିକ ଭାବରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାନୁସାରେ, ଆଜି ସକାଳେ ପ୍ରାୟ ୮ଟା ୪୦ ସମୟରେ ଏକ ମାଲବାହୀ ଟ୍ରେନଟି ଡାଉନ ଲାଇନ ଦେଇ କଟକ ଅଭିମୁଖେ ଯାଉଥିଲା। ବାଣୀବିହାର ଓ ମାଷ୍ଟରକ୍ୟାଣ୍ଟିନ ଷ୍ଟେସନ ମଝିରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିଲା। ଟ୍ରେନର ଗୋଟିଏ ବଗି ଟ୍ରାକରୁ ଖସି ଯାଇଥିଲା। ଫଳରେ ସେହି ରୁଟ୍ରେ ଟ୍ରେନ ଚଳାଚଳା ପ୍ରଭାବିତ ହୋଇଛି। ରେଲୱେ ବିଭାଗର କର୍ମଚାରୀ ପହଞ୍ଚି ଟ୍ରାକ ମରାମତି କରୁଥିବା ଜଣାଯାଇଛି।




