୩ ତାରିଖରୁ ଓଡ଼ିଆ ଭାଷା ସମ୍ମିଳନୀ, ସାରା ଓଡିଶା ଗାଇବ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର : ବିଶ୍ୱ ମାତୃଭାଷା ଓଡ଼ିଆର ପ୍ରଚାର, ପ୍ରସାର ଓ ବିକାଶ ପାଇଁ ରାଜ୍ୟ ସରକାର ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ‘ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’ ଆୟୋଜନ କରୁଛନ୍ତି। ଓଡିଆ ଭାଷା ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି ଫାଇଭ-ଟି […]
ଭୁବନେଶ୍ୱର : ବିଶ୍ୱ ମାତୃଭାଷା ଓଡ଼ିଆର ପ୍ରଚାର, ପ୍ରସାର ଓ ବିକାଶ ପାଇଁ ରାଜ୍ୟ ସରକାର ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ‘ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’ ଆୟୋଜନ କରୁଛନ୍ତି। ଓଡିଆ ଭାଷା ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ । ସୂଚନା ଅନୁସାରେ, ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀରେ ରାଜ୍ୟର ସମସ୍ତ ବ୍ଲକ ଓ ଗ୍ରାମ ପଂଚାୟତକୁ ଯୋଡିବା ସହିତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଗୁଡିକର ଲାଇଭ ଷ୍ଟ୍ରିମିଙ୍ଗ, ଭାଷା ଓ ଏହାର ଭବିଷ୍ୟତ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବ । ଏହି ସମ୍ମିଳନୀ ଓଡିଶାର ଅତୀତ ଓ ବର୍ତମାନର ରୂପାନ୍ତରଣ ପ୍ରକ୍ରିୟା ଉପସ୍ଥାପିତ କରିବ । ଅକ୍ଷର ଭୂମିରେ ପ୍ରଥମ ଥର ପାଇଁ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଳନ କରାଯିବ । ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ । ଭାଷାପ୍ରେମୀ ବିଶେଷ କରି ଯୁବ ପିଢିଙ୍କ ପାଇଁ ଏହା ହେବ ପ୍ରମୁଖ ଆକର୍ଷଣ ସ୍ଥଳୀ ।
ସୂଚନାନୁସାରେ,ଏହି ସମ୍ମିଳନୀରେ ବିଶିଷ୍ଟ ଭାଷାବିତ୍ ଡ଼.ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ସମ୍ମାନଜନକ ବିଶ୍ୱ ଓଡିଆ ଭାଷା ପୁରସ୍କାରରେ ସମ୍ମାନିତ କରାଯିବ। ଜଣାଶୁଣା ଭାଷାବିତ୍ ତଥା ଲେଖକ ଡ଼. ଦେବୀପ୍ରସନ୍ନ ପଟ୍ଟନାୟକ ପ୍ରଥମ ବିଶ୍ୱ ଓଡିଆ ଭାଷା ପୁରସ୍କାର ପାଇବେ। ଏହି କାର୍ଯ୍ୟକ୍ରମରେ ମାନପତ୍ର ସହ ୨୦ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ। ଓଡ଼ିଆ ଭାଷା ଉପରେ ଥିବା ଉଚ୍ଚକୋଟୀର ତଥା ପୁଙ୍ଖାନୁପୁଙ୍ଖ ଗବେଷଣା ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ବର୍ଦ୍ଧିତ କରାଯିବ।




