ଆଜିଠୁ +୨ କଳା ଓ ବାଣିଜ୍ୟ ପରୀକ୍ଷା, CCTV ସର୍ଭେଲାନ୍ସରେ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର : ରାଜ୍ୟରେ ଆଜିଠାରୁ ଆରମ୍ଭ ହେଲା ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା । ଚଳିତବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି । ସେହିଭଳି ଧନ୍ଦାମୂଳକରେ ୫ ହଜାର ୭୯୨ ଜଣ ପରୀକ୍ଷା ଦେଉଛନ୍ତି । ଗତକାଲି ବିଜ୍ଞାନ ଛାତ୍ରଛାତ୍ରୀଙ୍କର ପ୍ରଥମ ପରୀକ୍ଷା ସରିଛି। ଆସନ୍ତା ମାର୍ଚ୍ଚ ୨୦ ଯାଏଁ ପରୀକ୍ଷା ଚାଲିବ । ପରୀକ୍ଷାରେ କପି ରୋକିବାକୁ […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ ଆଜିଠାରୁ ଆରମ୍ଭ ହେଲା ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା । ଚଳିତବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି । ସେହିଭଳି ଧନ୍ଦାମୂଳକରେ ୫ ହଜାର ୭୯୨ ଜଣ ପରୀକ୍ଷା ଦେଉଛନ୍ତି । ଗତକାଲି ବିଜ୍ଞାନ ଛାତ୍ରଛାତ୍ରୀଙ୍କର ପ୍ରଥମ ପରୀକ୍ଷା ସରିଛି। ଆସନ୍ତା ମାର୍ଚ୍ଚ ୨୦ ଯାଏଁ ପରୀକ୍ଷା ଚାଲିବ ।

ପରୀକ୍ଷାରେ କପି ରୋକିବାକୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୋସିଆଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ୱାସ ନକରିବାକୁ ପରାମର୍ଶ ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ । ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି । ଗତକାଲି ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀ ସାହିତ୍ୟ ପରୀକ୍ଷା ଦେଇଥିଲେ । ଏହି ସମୟରେ କପି କରି ୧୧ ପରୀକ୍ଷାର୍ଥୀ ଧରାପଡିଛନ୍ତି ।ଅନ୍ୟପଟେ ପରୀକ୍ଷା ଲାଗି ଭିନ୍ନକ୍ଷମମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ । ସେହିପରି କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ସହ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭିର ବ୍ୟବସ୍ଥା କରାଯାଇଛି ।

ଅନ୍ୟପଟେ ଆଉ ଦୁଇ ଦିନ ପରେ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ୍‌ ପରୀକ୍ଷା । ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ପରୀକ୍ଷା ହେବ ।

Tags: