ଆଜିଠାରୁ ଯୋରନ୍ଦା ମାଘ ମେଳା,ଯୋଗଦେବେ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥ
ଢେଙ୍କାନାଳ : ଆଜିଠାରୁ ଆରମ୍ଭ ହେଉଛି ଯୋରନ୍ଦା ମାଘ ମେଳା I ଏହି ମେଳା ୩ ଦିନ ଧରି ଚାଲିବ I ଏଥିପାଇଁ ସଜେଇ ହୋଇଛି ଢେଙ୍କାନାଳ ଜିଲ୍ଲାର ଯୋରନ୍ଦା ମହିମା ଗାଦି ପୀଠ। ଯୋରନ୍ଦା ମହିମା ଗାଦି ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି । ମାଘ ଚତୁର୍ଦଶୀ ଅଲେଖ ଗୋସେଇଁଙ୍କ ଇହଲୀଳା ସମ୍ବରଣ ଦିବସଟି ମହିମା ଧର୍ମଲମ୍ବୀଙ୍କ ପାଇଁ ବେଶ ଗୁରୁତ୍ୱପୂର୍ଣ । […]
ଢେଙ୍କାନାଳ : ଆଜିଠାରୁ ଆରମ୍ଭ ହେଉଛି ଯୋରନ୍ଦା ମାଘ ମେଳା I ଏହି ମେଳା ୩ ଦିନ ଧରି ଚାଲିବ I ଏଥିପାଇଁ ସଜେଇ ହୋଇଛି ଢେଙ୍କାନାଳ ଜିଲ୍ଲାର ଯୋରନ୍ଦା ମହିମା ଗାଦି ପୀଠ। ଯୋରନ୍ଦା ମହିମା ଗାଦି ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି ।
ମାଘ ଚତୁର୍ଦଶୀ ଅଲେଖ ଗୋସେଇଁଙ୍କ ଇହଲୀଳା ସମ୍ବରଣ ଦିବସଟି ମହିମା ଧର୍ମଲମ୍ବୀଙ୍କ ପାଇଁ ବେଶ ଗୁରୁତ୍ୱପୂର୍ଣ । ଯାହାକୁ ଦୀର୍ଘ୧୫୧ ବର୍ଷ ଧରି ନିରବିଚ୍ଛିନ୍ନ ଭାବେ ମହାସମାରୋହରେ ପାଳନ କରାଯାଉଛି । ମେଳା ପାଇଁ ମହିମା ପୀଠରେ ଜମିଛି ସାଧସନ୍ଥଙ୍କ ଭିଡ । ମହିମା ମେଳାର ମୁଖ୍ୟ ଆକର୍ଷଣ ହେଉଛି ଝାଡବତୀରେ ମହଣ ମହଣ ଦେଶୀ ଘିଅ ଆହୁତି । ଯାହାକୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ ଲାଗୁଛି ।
୩ ଦିନ ଧରି ଚାଲିବାକୁ ଥିବା ଏହି ଯାତ୍ରାରେ ଶାନ୍ତି ଶୃଙ୍ଖଳା ପାଇଁ ୧୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଟ୍ରାଫିକର ସ୍ଵତନ୍ତ୍ର ବନ୍ଦୋବସ୍ତ କରାଯିବା ସହ ଗାଦି ମନ୍ଦିରରେ ଦର୍ଶନ ପାଇଁ ସ୍ଵତନ୍ତ୍ର ବ୍ୟରିକେଟ୍ କରାଯାଇଛି। ପରିସ୍ଥିତି ନିୟନ୍ତ୍ରଣ ପାଇଁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି ।




