ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟକୁ ନାକ୍‌ ଗ୍ରେଡ ଏ’ ମାନ୍ୟତା

ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟକୁ ନାକ୍‌ ଗ୍ରେଡ ଏ’ ମାନ୍ୟତା

ସମ୍ବଲପୁର : ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟକୁ ନାକ୍‌ ଗ୍ରେଡ ଏ’ ମାନ୍ୟତା ମିଳିଛି। ଏନେଇ ଡେପୁଟି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ସମ୍ବଲପୁର ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ହେବା ପରେ ପ୍ରଥମଥର ଗ୍ରେଡ୍‌ ‘ଏ’ ମାନ୍ୟତା ମିଳିଥିବାରୁ ଛାତ୍ରୀଛାତ୍ର ଅଭିଭାବକଙ୍କ ସମେତ ସମ୍ବଲପୁରବାସୀଙ୍କ ମଧ୍ୟରେ ଆନନ୍ଦର ଲହରି ଖେଳିଯାଇଛି।

ସମ୍ବନ୍ଧିତ ଖବର ଟଳିଲେ ୨ ମାଓବାଦୀ

୧୯୪୪ରେ ସମ୍ବଲପୁର ସହରରେ ଗଙ୍ଗାଧର ମେହେର ମହାବିଦ୍ୟାଳୟ ‘ସମ୍ବଲପୁର କଲେଜ’ ନାମରେ ପ୍ରତିଷ୍ଠିତ ହୋଇ ତତ୍‌କାଳୀନ ଜିଲା ସ୍କୁଲରେ କାର୍ଯ୍ୟ କରୁଥିଲା । ପରେ କବି  ଗଙ୍ଗାଧର ମେହେରଙ୍କ ନାମାନୁସାରେ ଏହାର ନାମ ‘ଗଙ୍ଗାଧର ମେହେର କଲେଜ’ ହେଲା । ଏହା ପ୍ରଥମେ ଓଡ଼ିଶାର ଏକମାତ୍ର ବିଶ୍ୱବିଦ୍ୟାଳୟ ଉତ୍କଳ ବିଶ୍ୱବିଦ୍ୟାଳୟ ସହିତ ଅନୁବନ୍ଧିତ ହେଇଥିଲା । ୧୯୪୩ରେ ଉତ୍କଳ ବିଶ୍ୱବିଦ୍ୟାଳୟ  ସ୍ଥାପିତ ହେବା ପରେ ୧୯୬୭ରେ ସ୍ଥାପିତ ହୋଇଥିବା ସମ୍ବଲପୁର ବିଶ୍ୱବିଦ୍ୟାଳୟ ସହ ସ୍ୱତଃଅନୁବନ୍ଧିତ ହୋଇଥିଲା  । ଏଥିରେ ପାରମ୍ପରିକ କଳା, ବିଜ୍ଞାନ, ବାଣିଜ୍ୟ ବିଭାଗ ସହ କମ୍ପ୍ୟୁଟର ପ୍ରୟୋଗ ବିଭାଗ, ବୟନ କଳା ବିଭାଗ, ଫଟୋଗ୍ରାଫି ଶିକ୍ଷା ବିଭାଗ ଆଦି ଆଧୁନିକ ବିଭାଗ ସବୁ ରହିଛି ।

ସମ୍ବନ୍ଧିତ ଖବର ଦିନ ୧୧.୩୦ ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି

Tags: