୨୧ ରୁ ଚାଲିବ ରତ୍ନ ଭଣ୍ଡାର ବୈଷୟିକ ସର୍ଭେ

ପୁରୀ: ୩ ଦିନ ଧରି ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେ । ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ.ଆଇ ) ପକ୍ଷରୁ ଏହି ବୈଷୟିକ ସର୍ଭେ କରାଯିବ । ସେପ୍ଟେମ୍ବର ୨୧,୨୨ ଏବଂ ୨୩ ତାରିଖ ତିନି ଦିନ ଧରି ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ । ଏଥିପାଇଁ ଦିନ ୨ଟା ରୁ ସନ୍ଧ୍ୟା ୬ ଟା ଯାଏଁ ସମୟ ସ୍ଥିର ହୋଇଛି । ରାଜ୍ୟ ସରକାରଙ୍କ ଅନୁମୋଦିତ ଏସଓପି ଅନୁସାରେ ସର୍ଭେ କରାଯିବ । […]

Samaya Live Picture
Published On

ପୁରୀ: ୩ ଦିନ ଧରି ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେ । ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ.ଆଇ ) ପକ୍ଷରୁ ଏହି ବୈଷୟିକ ସର୍ଭେ କରାଯିବ । ସେପ୍ଟେମ୍ବର ୨୧,୨୨ ଏବଂ ୨୩ ତାରିଖ ତିନି ଦିନ ଧରି ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ । ଏଥିପାଇଁ ଦିନ ୨ଟା ରୁ ସନ୍ଧ୍ୟା ୬ ଟା ଯାଏଁ ସମୟ ସ୍ଥିର ହୋଇଛି । ରାଜ୍ୟ ସରକାରଙ୍କ ଅନୁମୋଦିତ ଏସଓପି ଅନୁସାରେ ସର୍ଭେ କରାଯିବ । ତେଣୁ ଏହି ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବା ପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଆସନ୍ତା ସେପ୍ଟେମ୍ବର ୨୪ ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ASI ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଅନୁରୋଧ କରିବା ପରେ ଏ.ଏସ୍ ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ତାରିଖ ସ୍ଥିର ହୋଇଛି ।

ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏହା କରାଯିବ। ତେଣୁ ଏହି ତିନି ଦିନ ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ।

ଏହା ପୂର୍ବରୁ ଗତ ୧୮ ସେପଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଏ.ଏସ୍.ଆଇ ପକ୍ଷରୁ ଅନୁଷ୍ଠିତ ହୋଇଥିଲା । ସେହି ଦିନ ସର୍ଭେ ସମୟରେ ଏ.ଏସ୍.ଆଇର ବୈଷୟିକ ଟିମର ମୁଖ୍ୟ ଏବଂ ସି.ଏସ.ଆଇ.ଆର୍-ଏନ.ଜି.ଆର.ଆଇ NGRIର ମୁଖ୍ୟ ବୈଜ୍ଞାନିକ ଆଉ ଏକ ରାଉଣ୍ଡ ସର୍ଭେ କରିବାକୁ ମତାମତ ଦେଇଥିଲେ ।

Tags: