ଘରୋଇ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ମାମଲା,ଆକ୍ସନ ମୁଡ଼ରେ ରାଜ୍ୟ ସରକାର

ଭୁବନେଶ୍ୱର : ଘରୋଇ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାରେ ତେଜୁଛି ଛାତ୍ର ଅଶାନ୍ତି । ଏହି ଘଟଣାର ଗୋଟିଏ ପରେ ଗୋଟିଏ ତଥ୍ୟ ପଦାକୁ ଆସୁଛି । କଲେଜ କର୍ତୃପକ୍ଷ ବିଦେଶୀ ଛାତ୍ରୀଙ୍କୁ ଅସଦବ୍ୟବହାରକୁ ନେଇ ଆକ୍ସନ ମୁଡ଼କୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ। କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ […]

ଘରୋଇ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ମାମଲା,ଆକ୍ସନ ମୁଡ଼ରେ ରାଜ୍ୟ ସରକାର
Samaya Live Picture
Published On

ଭୁବନେଶ୍ୱର : ଘରୋଇ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାରେ ତେଜୁଛି ଛାତ୍ର ଅଶାନ୍ତି । ଏହି ଘଟଣାର ଗୋଟିଏ ପରେ ଗୋଟିଏ ତଥ୍ୟ ପଦାକୁ ଆସୁଛି । କଲେଜ କର୍ତୃପକ୍ଷ ବିଦେଶୀ ଛାତ୍ରୀଙ୍କୁ ଅସଦବ୍ୟବହାରକୁ ନେଇ ଆକ୍ସନ ମୁଡ଼କୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ। କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ ସ୍ଥାନ ପାଇଛନ୍ତି।

କମିଟି ଗଠନ କରିବା ସହ ଛାତ୍ରୀଛାତ୍ରୀଙ୍କୁ ଘରୋଇ ସୁରକ୍ଷାକର୍ମୀ ମାଡ଼ ମାରିବାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ସେମାନଙ୍କୁ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସମସ୍ତ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟ ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେବେ।

ଅନ୍ୟପଟେ ଏହି ଘଟଣାର ନ୍ୟାୟ ପାଇବା ପାଇଁ ଆନ୍ଦୋଳନ କରୁଥିବା ଛାତ୍ରଛାତ୍ରୀଙ୍କୁ ଖରାପ ବ୍ୟବହାର ଅଭିଯୋଗରେ ବିଶ୍ୱବିଦ୍ୟାଳୟର ୫ ଜଣଙ୍କୁ ଗିରଫ କରିଥିଲା ପୋଲିସ। ସେମାନେ ହେଲେ ଡାଇରେକ୍ଟର ଜେନେରାଲ ଶିବାନନ୍ଦ ମିଶ୍ର, ଆଡମିନିଷ୍ଟ୍ରେସନ ଡାଇରେକ୍ଟର ପ୍ରତାପ ଚମ୍ପତି, ହଷ୍ଟେଲ ଡାଇରେକ୍ଟର ସୁଧୀର ରଥ । ସେହିଭଳି ଦୁଇ ସିକ୍ୟୁରିଟି ଗାର୍ଡ ରମାକାନ୍ତ ନାୟକ ଏବଂ ଯୋଗେନ୍ଦ୍ର ବେହେରା। ତେବେ ଗିରଫ ହେବାର କିଛି ଘଣ୍ଟା ମଧ୍ୟରେ ସେମାନଙ୍କୁ ଜାମିନ ମିଳିଛି` ଭୁବନେଶ୍ବର ଜେଏମଏଫ୍‌ସି-୨ ସେମାନଙ୍କ ଜାମିନ ମଞ୍ଜୁର କରିଛନ୍ତି।

Tags: