ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର

ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର
Samaya Live News Picture
Published On

ଭୁବନେଶ୍ୱର : ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’ । ବରମୁଣ୍ଡା ବସ୍‌ ଟର୍ମିନାଲ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ଏହି ଭିଜା ସେଣ୍ଟର । ଏଥିପାଇଁ ରାଜ୍ୟ ସରକାର ୩ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ । ଭିଜା ପାଇଁ ଆଉ କଲକାତା, ଦିଲ୍ଲୀ, ହାଇଦ୍ରାବାଦ ଯିବାକୁ ପଡିବ ନାହିଁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି  । ଏହି ପ୍ରସ୍ତାବିତ ଭିଜା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡା ସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍‍ଡିଙ୍ଗ୍ ରେ କାର୍ଯ୍ୟକ୍ଷମ ହେବ

ସୂଚନାଯୋଗ୍ୟ ଯେ, ଆନ୍ତର୍ଜାତିକ ଭିଜା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କଲକାତା, ଦିଲ୍ଲୀ, ହାଇଦ୍ରାବାଦ ଭଳି ଦେଶର ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା। ଭୁବନେଶ୍ୱରରେ ଏକ ଭିଜା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବି ରହିଆସୁଥିଲା। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।  

Tags: