ରାଜ୍ୟରେ ମାଳ ମାଳ ସୁନା ଖଣି - ମନ୍ତ୍ରୀ

ରାଜ୍ୟରେ ମାଳ ମାଳ ସୁନା ଖଣି - ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ମାଳ ମାଳ ସୁନା ଖଣି । ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ବିଧାୟକ ବିଜୟ ଦଳବେହେରାଙ୍କ ପ୍ରଶ୍ନରେ ଉତ୍ତର ରଖି ସେ କହିଛନ୍ତି, ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲି ଅଞ୍ଚଳ, କେଉଁଝର ଜିଲ୍ଲାର ଗୋପୁର-ଜଳଡ଼ିହି ଅଞ୍ଚଳ ଓ ମୟୂରଭଞ୍ଜ ଜିଲ୍ଲାରେ ସୁନାପଥର ଥିବା ସନ୍ଧାନ ମିଳିଛି । ଏଠାରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି । ଏହାବାଦ ଓଡିଶା ଖଣି ନିଗମ ଦ୍ବାରା ବିଭିନ୍ନ ପର୍ଯ୍ୟାୟରେ ପ୍ରାରମ୍ଭିକ ଅନୁସନ୍ଧାନ ପରେ ବିଭିନ୍ନ ସ୍ଥାନ ଗୁଡିକରେ ସୁନା ଥିବା ଅନୁମାନ କରାଯାଉଛି । ସେଗୁଡିକ ହେଲା କେନ୍ଦୁଝର ଜିଲ୍ଲାର ଗାଜିପୁର, ସଲେଇକଣା, ଡିମିରିମୁଣ୍ଡା, ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମରେଡ଼ିହି ଓ ସୁଲେଇପାଟ ବା ଧୂସୁରା ପାହାଡ ଏବଂ ବାଦାମ ପାହାଡ ଅଞ୍ଚଳରେ ସୁନା ଥିବା ଅନୁମାନ କରାଯାଉଛି ।

ସମ୍ବନ୍ଧିତ ଖବର ଆଜି ପ୍ରଭୁ ଲୋକନାଥଙ୍କର ପଙ୍କୋଦ୍ଧାର ଏକାଦଶୀ ନୀତି

ସେହିପରି ସୁନ୍ଦରଗଡ ଜିଲ୍ଲାର ଦିଗଝରଣ, ମାଲଡ଼ିହି, ଘୋଗର ଓ ଗିରିଙ୍ଗିକେଳା, କୋରାପୁଟ ଜିଲ୍ଲାର ରୋଙ୍ଗପନ୍ତ, ଗାରିଆ ଓ ଦଶମନ୍ତପୁର, ମାଲକାନଗିରି ଜିଲ୍ଲାର ସୁନାପଦର, କ୍ୟାଙ୍ଗ ଓ ଗୋବିନ୍ଦପଲ୍ଲୀ, ଅନୁଗୁଳ ଜିଲ୍ଲାର ମାଙ୍କଡଚୁଆଁ, ଟିକିର, ସୋମାକୋଇ, ବୌଦ୍ଧ ଜିଲ୍ଲାର କୁଦଗାଁ, ଜହ୍ନପଙ୍କ ଓ ରାମଗଡ ଅଞ୍ଚଳ, ସମ୍ବଲପୁର ଜିଲ୍ଲାର କେନ୍ଦୁଖୁଣ୍ଟି ଓ କୁନ୍ତରବାହଲ , ଦେବଗଡ ଜିଲ୍ଲାର ସୁନାକେନି, ନିକିତାମାଲ ଓ ଗାଇଲୋ ଅଞ୍ଚଳରେ ସୁନାପଥର ବିକ୍ଷିପ୍ତ ଭାବରେ ଥିବାର ଅନୁମାନ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।

ସମ୍ବନ୍ଧିତ ଖବର ଆସନ୍ତା କାଲି ବଜେଟ ଅଧିବେଶନ,ଆଜି ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ

ସେହିପରି ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ବିଧାୟିକା କୁମାରୀ ସଞ୍ଜଳି ମୁର୍ମୁ ଅଣତାରକା ପ୍ରଶ୍ନର ଉତ୍ତର ରଖି ଖଣିମନ୍ତ୍ରୀ କହିଛନ୍ତି ଜିଲ୍ଲାର "ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଗଚ୍ଛିତ ଥିବା ଖଣିଜ ପଦାର୍ଥର ସର୍ବେକ୍ଷଣ ଅନୁସନ୍ଧାନ ଭାରତୀୟ ଭୂତାତ୍ତ୍ଵିକ ସର୍ବେକ୍ଷଣ ସଂସ୍ଥା ଦ୍ଵାରା କରାଯାଇଛି । ଆକଳନ ହୋଇଥିବା ତମ୍ବା ପଥର ଖଣିଜ ପଦାର୍ଥ ଅଞ୍ଚଳ ସହିତ ଅନ୍ୟାନ୍ୟ ଖଣିଜ ପଦାର୍ଥ ସଂଲଗ୍ନ ଥିବାରୁ ଏହାର ଏକତ୍ରିକରଣ କରାଯାଇ ନିଲାମ ପ୍ରକ୍ରିୟାରେ ସାମିଲ କରିବା ପାଇଁ ପ୍ରକ୍ରିୟା ଚାଲୁ ରହିଛି ।"

ସମ୍ବନ୍ଧିତ ଖବର ସାବାଡ଼ ହେବେ ସାଇବର ଅପରାଧୀ ,ଓଡିଶା ପୋଲିସ ଆରମ୍ଭ କଲା ସ୍ୱତନ୍ତ୍ର ଅଭିଯାନ 'ସାଇବର କବଚ

ମୟୂରଭଞ୍ଜ ଜିଲ୍ଲାର ୩ଟି ସ୍ଥାନରେ ଭାରତୀୟ ଭୂତାତ୍ତ୍ଵିକ ସର୍ବେକ୍ଷଣ ସଂସ୍ଥା ତମ୍ବାର ସନ୍ଧାନ କରିଥିବା ବେଳେ ଗୋଟିଏ ସ୍ଥାନରେ ସୁନା ଓ ନିକେଲ୍ ରହିଛି । ମୟୂରଭଞ୍ଜର କୋଳିଅଣା ବ୍ଲକର ମଦନାସାହି-କାଞ୍ଜିଆ ଅଞ୍ଚଳରେ ରହିଛି ସୁନା ସହ ତମ୍ବା । ସେଠାରେ ୧୭.୦୬ ମିଲିୟନ୍ ଟନ୍ ତମ୍ବା ରହିଥିବା ବେଳେ ୧୪୬୨.୭୩ କେଜି ସୁନା ରହିଛି ।

Tags: