ପିଏମ ସୂର୍ଯ୍ୟଘର ପାଇଁ ମିଳିବ ସରକାରୀ ସହାୟତା – ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଶକ୍ତି କ୍ଷେତ୍ରରେ ସଂସ୍କାର ଆଣିବ ଓଡିଶା । ରାଜ୍ୟର ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ ୨୦୨୦କୁ ଓଡ଼ିଶା ସକ୍ରିୟ ଭାବେ କାର୍ଯ୍ୟକାରୀ କରାଯିବ । ପିଏମ୍ ସୂର୍ଯ୍ୟଘର ଯୋଜନାକୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ଶକ୍ତିମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ପିଏମ୍ ସୂର୍ଯ୍ୟଘର ଯୋଜନାକୁ ଅଧିକ ଆକର୍ଷିତ କରିବାକୁ ଓଡ଼ିଶା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଚିନ୍ତା […]
ଭୁବନେଶ୍ୱର : ଶକ୍ତି କ୍ଷେତ୍ରରେ ସଂସ୍କାର ଆଣିବ ଓଡିଶା । ରାଜ୍ୟର ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ ୨୦୨୦କୁ ଓଡ଼ିଶା ସକ୍ରିୟ ଭାବେ କାର୍ଯ୍ୟକାରୀ କରାଯିବ । ପିଏମ୍ ସୂର୍ଯ୍ୟଘର ଯୋଜନାକୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ଶକ୍ତିମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ପିଏମ୍ ସୂର୍ଯ୍ୟଘର ଯୋଜନାକୁ ଅଧିକ ଆକର୍ଷିତ କରିବାକୁ ଓଡ଼ିଶା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଚିନ୍ତା କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି ।
ମଙ୍ଗଳବାର ନୂଆଦିଲ୍ଲୀର ଯଶୋଭୂମି ଠାରେ ଅନୁଷ୍ଠିତ ଶକ୍ତିମନ୍ତ୍ରୀଙ୍କ ସମ୍ମିଳନୀରେ ଯୋଗଦେଇ ସେ କହିଛନ୍ତି ଯେ, ଓଡ଼ିଶା ୮୮୫୬ ମେଗାଓ୍ବାଟ ବିଦ୍ୟୁତ ଉତ୍ପାଦନ କରି ଶକ୍ତି ନିରାପତ୍ତାକୁ ସୁନିଶ୍ଚିତ କରିଛି। ୨୦୩୦ ସୁଦ୍ଧା ୧୫୬୦୩ ମେଗାଓ୍ବାଟ ଶକ୍ତି ଯୋଡ଼ିବାକୁ ଲକ୍ଷ୍ୟ ରଖିଛି। ସେଥିମଧ୍ୟରୁ ଅଧାରୁ ଅଧିକ ଅକ୍ଷୟ ଶକ୍ତିର ଉତ୍ସରୁ ପ୍ରସ୍ତୁତ ହେବ। ୨୦୩୦ ସୁଦ୍ଧା ରାଜ୍ୟର ଅକ୍ଷୟ ଶକ୍ତି କ୍ଷମତା ୧୦,୦୦୦ ମେଗାୱାଟ୍ କରିବା ପାଇଁ ଯୋଜନା ପ୍ରସ୍ତୁତ ହେଉଛି। ଶକ୍ତି ସରଂକ୍ଷଣକୁ ପ୍ରାଥମିକତା ଦେଇ ଓଡ଼ିଶା ୧୦,୦୦୦ ମେଗାଓ୍ବାଟ କ୍ଷମତା ବିଶିଷ୍ଟ ପିଏସ୍ପି ପ୍ଲାଣ୍ଟ ପାଇଁ ଯୋଜନା କରୁଛି। ଏହି ପ୍ରକଳ୍ପଗୁଡିକୁ ଆର୍ଥିକ ଦୃଷ୍ଟିରୁ କାର୍ଯ୍ୟକ୍ଷମ କରିବା ପାଇଁ ବ୍ୟାଟେରି ଏନର୍ଜି ଷ୍ଟୋରେଜ ସିଷ୍ଟମ (ବିଏସ୍ଏସ୍) ଏବଂ ପିଏସ୍ପି ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ସହାୟତା ବୃଦ୍ଧି କରିବାକୁ କେ.ଭି. କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି।




