ଗୃହରକ୍ଷୀ ଏବଂ ପ୍ରତିରକ୍ଷା ସ୍ବେଚ୍ଛାସେବୀଙ୍କ ଭତ୍ତା ବୃଦ୍ଧି କଲେ ସରକାର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ରଜ ଉପଲକ୍ଷେ ଗୃହରକ୍ଷୀଙ୍କୁ ଦେଇଛନ୍ତି ବଡ଼ ଉପହାର । ଗୃହରକ୍ଷୀଙ୍କ ସହିତ ପ୍ରତିରକ୍ଷା ସ୍ବେଚ୍ଛାସେବୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଘୋସସନା ଅନୁସାରେ ଗୃହରକ୍ଷୀମାନଙ୍କ ଦୈନିକ ଡ୍ୟୁଟି କଲ୍-ଅପ୍ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ। ସେହିପରି ମୁଖ୍ୟମନ୍ତ୍ରୀ ବେସାମରିକ ପ୍ରତିରକ୍ଷା […]

ଗୃହରକ୍ଷୀ ଏବଂ ପ୍ରତିରକ୍ଷା ସ୍ବେଚ୍ଛାସେବୀଙ୍କ ଭତ୍ତା ବୃଦ୍ଧି କଲେ ସରକାର
Samaya Live Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ରଜ ଉପଲକ୍ଷେ ଗୃହରକ୍ଷୀଙ୍କୁ ଦେଇଛନ୍ତି ବଡ଼ ଉପହାର । ଗୃହରକ୍ଷୀଙ୍କ ସହିତ ପ୍ରତିରକ୍ଷା ସ୍ବେଚ୍ଛାସେବୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଘୋସସନା ଅନୁସାରେ ଗୃହରକ୍ଷୀମାନଙ୍କ ଦୈନିକ ଡ୍ୟୁଟି କଲ୍-ଅପ୍ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ।

ସେହିପରି ମୁଖ୍ୟମନ୍ତ୍ରୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ (Civil Defence Volunteer) ମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିଛନ୍ତି। ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଦୈନିକ ଟ୍ରେନିଙ୍ଗ ଭତ୍ତା ପରିମାଣ ୨୮ ଟଙ୍କାରୁ ୧୪୦ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ମେ ପହିଲାଠାରୁ ଲାଗୁ ହେବ ।

ଓଡ଼ିଶାରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ସଂଖ୍ୟା ୭୦୦ରୁ କମ୍ ଅଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Tags: