ଦୁର୍ନୀତିଗ୍ରସ୍ତଙ୍କୁ ସରକାରୀ ଛାଟ
ଭୁବନେଶ୍ୱର : ଦୁର୍ନୀତି ଗ୍ରସ୍ତଙ୍କୁ ସାବାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ I ସରକାରୀ ବାବୁ ମାନଙ୍କ ବିରୋଧରେ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ସ୍ୱରୂପ ୩ ଜଣଙ୍କୁ ସରକାରୀ ଅଧିକାରୀଙ୍କୁ ଚାକିରିରୁ ବିଦା କରିବା ସହିତ ୬ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ କରିଛନ୍ତି ରାଜ୍ୟ ସରକାର। ଏହି ୯ ଜଣଙ୍କ ମଧ୍ୟରେ ଏକ୍ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର ଓ କନିଷ୍ଠ ଯନ୍ତ୍ରୀ […]
ଭୁବନେଶ୍ୱର : ଦୁର୍ନୀତି ଗ୍ରସ୍ତଙ୍କୁ ସାବାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ I ସରକାରୀ ବାବୁ ମାନଙ୍କ ବିରୋଧରେ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ସ୍ୱରୂପ ୩ ଜଣଙ୍କୁ ସରକାରୀ ଅଧିକାରୀଙ୍କୁ ଚାକିରିରୁ ବିଦା କରିବା ସହିତ ୬ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ କରିଛନ୍ତି ରାଜ୍ୟ ସରକାର।
ଏହି ୯ ଜଣଙ୍କ ମଧ୍ୟରେ ଏକ୍ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର ଓ କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଅନ୍ତର୍ଭୁକ୍ତ। । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନ୍ସନ ବନ୍ଦ କରାଯାଇଛି ।
ଏହି ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲା ଆର ଡବ୍ଲୁ ଏସଏସର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବରାମ ବିଶ୍ବାଳ ଏକ ଦୁର୍ନୀତି ମାମଲାରେ ଦେଷୀସାବ୍ୟସ୍ତ ହୋଇଛନ୍ତି। ତାଙ୍କର ପେନ୍ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି।
ସେହିପରି କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ ତାଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରାଯାଇଛି।
ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି, ଅପାରଗତା କାରଣରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି।
ଜି. ଉଦୟଗିରିର ପୂର୍ବତନ ସହକାରୀ କୃଷି ଅଧିକାରୀ କୃଷ୍ଣଚନ୍ଦ୍ର ଗୌଡ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।
ମାଲକାନଗିରି ଜିଲ୍ଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ ଦାଶରଥୀ ତ୍ରିପାଠୀ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।
ବରଗଡ ଜିଲ୍ଲା ସୋହେଲା ଆର ଡବ୍ଲୁ ଏସଏସର ପୂର୍ବତନ ଜୁନିଅର ଇଂଜିନିୟର ଉପେନ୍ଦ୍ରଭଂଜ ନାୟକଙ୍କ କଦର୍ଯ୍ୟ ବ୍ୟବହାର, ଦୁର୍ନୀତିଗ୍ରସ୍ତ,ଏବଂ କାର୍ଯ୍ୟରେ ଅବହେଳା ଯୋଗୁଁ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରିରୁ ବହିଷ୍କୃତ କରାଯାଇଛି।
ସୁନ୍ଦରଗଡ଼ ଜିଲ୍ଲା ଲୋକାଲ ଫଣ୍ଡ ଅଡିଟ ବିଭାଗର ପୂର୍ବତନ ଅଡିଟର ସୁଶିଲ କୁମାର ମେହେର ଦୁର୍ନୀତି ଓ ଅପାରଗତା କାରଣରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି।
ମୟୁରଭଞ୍ଜ ଉଦଳାର ପୂର୍ବତନ ସାମାଜିକ ଶିକ୍ଷା ଅଧିକାରୀ ଆନନ୍ଦ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଯୋଗୁ ତାଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।
ନୟାଗଡ ଜିଲ୍ଲା ଚାନ୍ଦପୁରର ପୂର୍ବତନ ଡିଏମଏସଏନ୍ ସୁପରିନ୍ଟେଣ୍ଡେଟ ଡକ୍ଯର ସୁରେନ୍ଦ୍ର ନାଥ ପତି ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ପାଉଥିବା ପେନ୍ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।




