ଧାନ କିଣାର ତଥ୍ୟ ରଖିଲେ ସରକାର
ଭୁବନେଶ୍ୱର : ଆଜି ସୁଦ୍ଧା ରାଜ୍ୟରେ କେତେ ଧାନ କିଣା ହୋଇଛି ଏହାର ତଥ୍ୟ ରଖିଛନ୍ତି ସରକାର । ବର୍ତ୍ତମାନ ସୁଦ୍ଧା ମଣ୍ଡିକୁ ୫୯ ଲକ୍ଷ ୯୨ ହଜାର ୮୬୪ ମେଟ୍ରିକ ଟନ୍ ଧାନ ଆସିଛି । ୫୯ ଲକ୍ଷ ୭୩ ହଜାର ୫୫୨ ମେଟ୍ରିକ ଧାନ କିଣା ହୋଇଛି । ୫୮ ଲକ୍ଷ ୬ ହଜାର ୪୩୨ ମେଟ୍ରିକ ଟନ ଧାନ ଉଠା ହୋଇଛି । ୧ ଲକ୍ଷ ୯୪ ହଜାର ୮୪୬ ମେଟ୍ରିକ ଟନ ଧାନ ମଣ୍ଡିରେ ପଡ଼ି ରହିଛି ବୋଲି । ଏବେ ୧୩ ଲକ୍ଷ ୯୦ ହଜାର ୯୭୮ ଚାଷୀ ଧାନ ବିକ୍ରି କରି ସାରିଛନ୍ତି । ଚାଷୀଙ୍କ ଆକାଉଣ୍ଟକୁ ଯାଇଛି ୪ ହଜାର ୪୫ କୋଟି ଟଙ୍କାର ଇନପୁଟ ସବସିଡି । MSP ବାବଦକୁ ୧୩ ହଜାର ୧୧୦ କୋଟି ଟଙ୍କା ଯାଇଛି ।
ଚାଷୀ ସମସ୍ୟାକୁ ନେଇ ବିଧାନସଭାରେ ଆଜି ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ରାଜ୍ୟ ସରକାରଙ୍କୁ ଘେରିବା ପାଇଁ ବିରୋଧୀ ବିଧାୟକମାନେ ଗୃହ ମଧ୍ୟରେ ଧାନ ବସ୍ତା ରଖି ଅଭିନବ ଢଙ୍ଗରେ ପ୍ରତିବାଦ କରିଥିଲେ । ରାଜ୍ୟରେ ଧାନ କିଣା ଅବ୍ୟବସ୍ଥା, ମଣ୍ଡି ସମସ୍ୟା, କଟନି ଛଟନି ନେଇ ରାଜ୍ୟରେ ଚାଷୀ ହନ୍ତସନ୍ତ ହେଉଥିବାରୁ ଏହାକୁ ନେଇ ସରକାରଙ୍କୁ ଘେରିଥିଲେ ଦୁଇ ବିରୋଧୀ ବିଜେଡି ଓ କଂଗ୍ରେସ। ତେବେ ବିରୋଧ ସତ୍ତ୍ୱେ ରାଜ୍ୟରେ ଆଜି ସୁଦ୍ଧା କେତେ ଧାନ କିଣା ହୋଇଛି ସେନେଇ ତଥ୍ୟ ଜାରି କରିଛନ୍ତି ରାଜ୍ୟ ସରକାର।



