ଅପାରଗ ବାବୁଙ୍କ ତଥ୍ୟ ମାଗିଲେ ସରକାର
ଭୁବନେଶ୍ୱର : କେଉଁ ବିଭାଗରେ କେତେ ଅପାରଗ ବାବୁ ଅଛନ୍ତି ଏହାର ତଥ୍ୟ ମାଗିଲେ ସରକାର । କେତେଜଣ ବିଭାଗୀୟ ଅଧିକାରୀ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତାର ତଥ୍ୟ ମାଗିଲେ ରାଜ୍ୟ ସରକାର । ଏ ନେଇ ସମସ୍ତ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ଦପ୍ତରରୁ କରାଯାଇଛି ଚିଠି । ୭ ତାରିଖ ସୁଦ୍ଧା ସମସ୍ତ ତଥ୍ୟ ସରକାରଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟ ଶାସନ […]
ଭୁବନେଶ୍ୱର : କେଉଁ ବିଭାଗରେ କେତେ ଅପାରଗ ବାବୁ ଅଛନ୍ତି ଏହାର ତଥ୍ୟ ମାଗିଲେ ସରକାର । କେତେଜଣ ବିଭାଗୀୟ ଅଧିକାରୀ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତାର ତଥ୍ୟ ମାଗିଲେ ରାଜ୍ୟ ସରକାର । ଏ ନେଇ ସମସ୍ତ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ଦପ୍ତରରୁ କରାଯାଇଛି ଚିଠି । ୭ ତାରିଖ ସୁଦ୍ଧା ସମସ୍ତ ତଥ୍ୟ ସରକାରଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟ ଶାସନ ସଚିବଙ୍କ ଦପ୍ତର ପକ୍ଷରୁ ଲେଖାଯାଇଛି ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ଟିକିନିଖି ସମୀକ୍ଷା କରାଯିବ ।
ଯେଉଁମାନେ ସରକାରଙ୍କ ନିୟମ ଅନୁଯାୟୀ କାର୍ଯ୍ୟ ସମ୍ପାଦନା କରୁନାହାନ୍ତି ତଥା ଅପାରଗ ବୋଲି ବିବେଚିତ ହେବେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ । ସାଧାରଣ ପ୍ରଶାସନ ବିଭାଗର ୨୦୧୯ ସେପ୍ଟେମ୍ବର ୨୪ର ସର୍କୁଲାର ଅନୁଯାୟୀ, ସମ୍ପୃକ୍ତ ଅପାରଗ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ ।
ଏନେଇ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ନିକଟରେ ସଚିବସ୍ତରୀୟ ବୈଠକରେ ସମସ୍ତ ସଚିବଙ୍କୁ ସୂଚାଇ ଥିବାବେଳେ ଜୁଲାଇ ୩୧ରେ ମୁଖ୍ୟସଚିବଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ(ଓଏସ୍ଡି) କଲ୍ୟାଣ କୁମାର ରଥ ସମସ୍ତ ବିଭାଗର ସଚିବମାନଙ୍କୁ ପତ୍ର ଲେଖିଛନ୍ତି।




