ରାଜନୈତିକ ରାଲିରେ ଯୋଗ ଦେଇ ସରକାରୀ କର୍ମଚାରୀ ନିଲମ୍ବିତ

କଣ୍ଟାମାଳ : ରାଜନୈତିକ ରାଲିରେ ସାମିଲ ହୋଇ ପୁଣି ଜଣେ ସରକାରୀ କର୍ମଚାରୀ ନିଲମ୍ବିତ I ବୌଦ୍ଧଜିଲ୍ଲା କଣ୍ଟାମାଳ ବ୍ଲକ ଲମ୍ବସରୀ ଗାଁର ରାଧାମାଧବ ଉଚ୍ଚ ବିଦ୍ୟାଳୟର କନିଷ୍ଠ ସହକାରୀ କିରାଣି ସତ୍ୟନାରାୟଣ ଦନ୍ତାଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଛି I ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଶୋଭାଯାତ୍ରାରେ ସାମିଲ ହୋଇଥିବା ଅଭିଯୋଗ ହେବାପରେ ଏହାର ତଦନ୍ତ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ତଦନ୍ତ ପରେ ତାଙ୍କୁ ନିଲମ୍ବନ କରିଛନ୍ତି ବୌଦ୍ଧ ଜିଲ୍ଲାପାଳ […]

Samaya Live Picture
Published On

କଣ୍ଟାମାଳ : ରାଜନୈତିକ ରାଲିରେ ସାମିଲ ହୋଇ ପୁଣି ଜଣେ ସରକାରୀ କର୍ମଚାରୀ ନିଲମ୍ବିତ I ବୌଦ୍ଧଜିଲ୍ଲା କଣ୍ଟାମାଳ ବ୍ଲକ ଲମ୍ବସରୀ ଗାଁର ରାଧାମାଧବ ଉଚ୍ଚ ବିଦ୍ୟାଳୟର କନିଷ୍ଠ ସହକାରୀ କିରାଣି ସତ୍ୟନାରାୟଣ ଦନ୍ତାଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଛି I ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଶୋଭାଯାତ୍ରାରେ ସାମିଲ ହୋଇଥିବା ଅଭିଯୋଗ ହେବାପରେ ଏହାର ତଦନ୍ତ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ତଦନ୍ତ ପରେ ତାଙ୍କୁ ନିଲମ୍ବନ କରିଛନ୍ତି ବୌଦ୍ଧ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଜେ. ସୋନାଲ। ପୂର୍ବରୁ ରାଜନୈତିକ ରାଲିରେ ସାମିଲ୍ ହୋଇ ୩ ଶିକ୍ଷକ ନିଲମ୍ବିତ ହୋଇଛନ୍ତି ।

Tags: