ଏଏସଆଇର ଜିପିଏସ ସର୍ଭେ ରିପୋର୍ଟ: ଖୁବ ଶୀଘ୍ର ହେବ ରତ୍ନ ଭଣ୍ଡାର ମରାମତି ଓ ସରଂକ୍ଷଣ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବାପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ୪୫ ପୃଷା ସମ୍ୱଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା ମୁଖ୍ୟ ପ୍ରଶାସକ କହିଥିବା ବେଳେ ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ଅନୁମୋଦିତ ଏସଓପି ଆଧାରରେ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କରାଯିବ। ତେବେ ରତ୍ନଭଣ୍ଡାର ମରାମତି ସମୟରେ […]

Samaya Live Picture
Published On

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବାପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ୪୫ ପୃଷା ସମ୍ୱଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା ମୁଖ୍ୟ ପ୍ରଶାସକ କହିଥିବା ବେଳେ ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ଅନୁମୋଦିତ ଏସଓପି ଆଧାରରେ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କରାଯିବ।

ତେବେ ରତ୍ନଭଣ୍ଡାର ମରାମତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ଭକ୍ତଙ୍କ ଦର୍ଶନରେ କିଭଳି ବାଧା ନଉପୁଜିବ ସେନେଇ ଆଗାମୀ ଦିନରେ ଛତିଶାନିଯୋଗ ଓ ପରିଚାଳନା କମିଟି ସହ ଆଲୋଚନା କରାଯିବ ବୋଲି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି। ଏ.ଏସ୍.ଆଇ. ପକ୍ଷରୁ ରତ୍ନଭଣ୍ଡାର ଜିପିଆର ସର୍ଭେ ହାଇଦ୍ରାବାଦ ସ୍ଥିତ ଏନ.ଜି.ଆର୍.ଆଇ ସହାୟତାରେ କରାଯାଇଥିଲା । ତେବେ ରିପୋର୍ଟ ଆସିଥିବା ବେଳେ ସେହି ରିପୋର୍ଟ ଆଧାରରେ ଏଏସଆଇକୁ ଖୁବଶୀଘ୍ର ଚିଠି ଲେଖାଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ରଖିଛନ୍ତି।

ଭିତର ରତ୍ନଭଣ୍ଡାରର ଚଟାଣ ଓ କାନ୍ଥର ସ୍ଥିତି ରିପୋର୍ଟରେ ଉଲ୍ଲେଖ ରହିଛି ଓ ସେହି ରିପୋର୍ଟ ଆଧାରରେ ଏହାକୁ ମରାମତି କରାଯିବ। ମରାମତି କରାଯିବା ପରେ ଭିତର ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ନିଆଯାଇ ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଗଣତିମଣତି କରାଯିବ। ସେପଟେ ଭିତର ରତ୍ନଭଣ୍ଡାରର ମରାମତି ରତ୍ନ ଅଳଙ୍କାର ଗଣତିମଣତି ପ୍ରକ୍ରିୟାକୁ ଡିଜିଟାଇଜେସନ କରାଯିବା ସହ ତମାମ୍ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ତେବେ ଏହି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ କହିଛନ୍ତି l

Tags: