ଶପଥ ଗ୍ରହଣ ପାଇଁ ୧୨ ତାରିଖରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଅଧା ଛୁଟି
ଭୁବନେଶ୍ୱର : ବୁଧବାର ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ। ଏଥିଲାଗି ପୁରା ପ୍ରସ୍ତୁତ ହୋଇ ରହିଛି ରାଜଧାନୀର ଜନତା ମୈଦାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସୁଛନ୍ତି । ଏଥିଲାଗି ଟ୍ରାଫିକ କଟକଣାଠାରୁ ସୁରକ୍ଷା ବ୍ୟବସ୍ଥା ପର୍ଯ୍ୟନ୍ତ ସବୁକୁ କଡାକଡି କରାଯାଇଛି। ସୁରକ୍ଷା ଦାୟିତ୍ଵରେ ମୋଟ୍ ୬୭ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ ହେବେ। ଏହାରି ମଧ୍ୟରେ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ […]
ଭୁବନେଶ୍ୱର : ବୁଧବାର ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ। ଏଥିଲାଗି ପୁରା ପ୍ରସ୍ତୁତ ହୋଇ ରହିଛି ରାଜଧାନୀର ଜନତା ମୈଦାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସୁଛନ୍ତି । ଏଥିଲାଗି ଟ୍ରାଫିକ କଟକଣାଠାରୁ ସୁରକ୍ଷା ବ୍ୟବସ୍ଥା ପର୍ଯ୍ୟନ୍ତ ସବୁକୁ କଡାକଡି କରାଯାଇଛି। ସୁରକ୍ଷା ଦାୟିତ୍ଵରେ ମୋଟ୍ ୬୭ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ ହେବେ। ଏହାରି ମଧ୍ୟରେ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସୋମବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏଥିରେ ନିର୍ଦ୍ଦେଶ ଦିଆଯାଇଛି ଯେ, ଶପଥ ଗ୍ରହଣ ଦିନ ରାଜ୍ୟରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ଅଫିସ ଦିନ ୧ଟାରୁ ବନ୍ଦ ରହିବ। ଅପରାହ୍ନ ୧ଟାରୁ ଏହି ଛୁଟି ଲାଗୁ ହେବ।




