ଆସନ୍ତା କାଲି ରାଜଧାନୀରେ ଅଧା ଦିନ ଛୁଟି
ଭୁବନେଶ୍ୱର : ଆସନ୍ତା କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସୁଛନ୍ତି । ରାଜ୍ୟ ବିଜେପି ସରକାରର ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଏଥିପାଇଁ ଆସନ୍ତା କାଲି ଦ୍ୱିତୀୟାର୍ଦ୍ଧରେ ଟ୍ୱିନ ସିଟିରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ସେହିପରି ଭୁବନେଶ୍ୱର ଓ କଟକ ମହାନଗର ଅଞ୍ଚଳରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ମଧ୍ୟ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏହି […]
ଭୁବନେଶ୍ୱର : ଆସନ୍ତା କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସୁଛନ୍ତି । ରାଜ୍ୟ ବିଜେପି ସରକାରର ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଏଥିପାଇଁ ଆସନ୍ତା କାଲି ଦ୍ୱିତୀୟାର୍ଦ୍ଧରେ ଟ୍ୱିନ ସିଟିରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ସେହିପରି ଭୁବନେଶ୍ୱର ଓ କଟକ ମହାନଗର ଅଞ୍ଚଳରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ମଧ୍ୟ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏହି ନିଷ୍ପତ୍ତି ସହରରେ ଯାତାୟାତ ବ୍ୟବସ୍ଥାକୁ ସୁଗମ ରଖିବ ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ଉଦ୍ଦେଶ୍ୟରେ ନିଆଯାଇଛି । ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।
ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ରୋଡ଼ ସୋ’ କରିବେ । ମୋଦୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ୧୩୩ ପ୍ଲାଟୁନ ପୋଲିସ ଫୋର୍ସ ରାଜଧାନୀରେ ମୁତୟନ ରହିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବାବେଳେ ୧୨ଟି ସ୍ଥାନରେ ପାର୍କିଂର ବ୍ୟବସ୍ଥା କରିଛି କମିଶନରେଟ ପୋଲିସ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଆସନ୍ତାକାଲି ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲକୁ ବନ୍ଦ କରାଯାଇଛି ।




