୨ ଦିନ ଯାଏଁ ପ୍ରବଳ ବର୍ଷା
ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେଇପାରେ । ଏହାର ପ୍ରଭାବରେ ଆଗାମି ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବା ସହ ଆଜି ରାଜ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l ସୂଚନାନୁସାରେ, ୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା […]
ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେଇପାରେ । ଏହାର ପ୍ରଭାବରେ ଆଗାମି ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବା ସହ ଆଜି ରାଜ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l
ସୂଚନାନୁସାରେ, ୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏଥିସହ ଓ ବିଜୁଳି ଓ ଘଡ଼ଘଡ଼ି ମାରିବାର ମଧ୍ୟ ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସୂଚନା ଦିଆଯାଇଛି । ସେହିପରି ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ସୋନପୁର, ଅନୁଗୋଳ, ବୌଦ୍ଧ, ବରଗଡ଼, ରାୟଗଡ଼ା, ବଲାଙ୍ଗୀର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ୫ ତାରିଖରୁ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ତେବେ ଏହିସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ବର୍ଷାର ସମ୍ଭାବନା ରହିଛି ।




