ଭୁବନେଶ୍ୱରରେ ପହଁଚିଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର : ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ମୋଦୀ ପହଞ୍ଚିଲା ପରେ ମୋଦୀଙ୍କୁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝ, ଉପମୁଖ୍ୟମନ୍ତ୍ରୀ କନକ ବର୍ନ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ବିଧାୟକ (ଏକାମ୍ର) ବାବୁ ସିଂହ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ ଓ ଅଭିନନ୍ଦନ ଜଣାଇଛନ୍ତି। ୫୯ ତମ […]
ଭୁବନେଶ୍ୱର : ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ମୋଦୀ ପହଞ୍ଚିଲା ପରେ ମୋଦୀଙ୍କୁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝ, ଉପମୁଖ୍ୟମନ୍ତ୍ରୀ କନକ ବର୍ନ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ବିଧାୟକ (ଏକାମ୍ର) ବାବୁ ସିଂହ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ ଓ ଅଭିନନ୍ଦନ ଜଣାଇଛନ୍ତି।
୫୯ ତମ ସର୍ବଭାରତୀୟ ଡିଜିପି-ଆଇଜିପି ସମ୍ମିଳନୀରେ ସାମିଲହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରରେ ପହଞ୍ଚିବା ପରେ ବିମାନ ବନ୍ଦର କ୍ୟାମ୍ପସ୍ ପାଖରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସଭାକୁ ସମ୍ୱୋଧନ କରିବେ । ସେଠାରୁ ପ୍ରଧାନମନ୍ତ୍ରୀ ରାଜଭବନ ଯିବେ । କିଛି ସମୟ ପରେ ସନ୍ଧ୍ୟା ସାଢ଼େ ୬ଟାରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯିବେ । ଦଳୀୟ କାର୍ଯ୍ୟାଳୟରେ ୨ ଘଣ୍ଟା ରହି ସାଂସଦ ଓ ବିଧାୟକଙ୍କ ଆଲୋଚନା କରିବା ସହ ରିପୋର୍ଟ କାର୍ଡ ନେଇପାରନ୍ତି । ଏହାପରେ ରାଜଭବନରେ ରାତ୍ରୀଯାପନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।




