ଅଗ୍ନି ନିରାପତ୍ତାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଅଗ୍ନି ନିରାପତ୍ତାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
Samaya Live News Picture
Published On

ଭୁବନେଶ୍ୱର : ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ଲୋକସେବା ଭବନ ଠାରେ ଆଭାସୀ ମାଧ୍ୟମରେ ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ ସମସ୍ତ ଜିଲ୍ଲାପାଳଙ୍କ ଏନେଇ ବିସ୍ତୃତ ଆଲୋଚନା କରିଛନ୍ତି । ଅଗ୍ନି ନିରାପତ୍ତା ଭିତ୍ତିଭୂମି ନିମନ୍ତେ ନିରୀକ୍ଷଣ, ଆବଶ୍ୟକ ଏଷ୍ଟିମେଟ ଏବଂ ସମୟସୀମା ମଧ୍ୟରେ ଶେଷ କରିବାକୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । 

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ହସ୍ପିଟାଲରେ ଅଗ୍ନି ନିରୋଧ ଓ ନିର୍ବାପନ ବ୍ୟବସ୍ଥାକୁ କଡାକଡି ଭାବେ ପାଳନ କରାଯାଉଛି । ସ୍ଵତନ୍ତ୍ର ଟାସ୍କ ଫୋର୍ସ ଗଠନ, ମକ୍ ଡ୍ରିଲ, ନିୟମିତ ଯାଞ୍ଚ, ଅଗ୍ନି ନିର୍ବାପକ ବ୍ୟବସ୍ଥା ସହ ଚାଲୁ ରହିଥିବା ପ୍ରକଳ୍ପ ଶୀଘ୍ର ଶେଷ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ମେଡିକାଲ କଲେଜ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିୟମିତ ଭାବେ ଅଗ୍ନି ସୁରକ୍ଷା ଯାଞ୍ଚ କରାଯିବ । ସମସ୍ତ ଅଗ୍ନି ନିରାପତ୍ତା ଉପକରଣ ବ୍ୟବହାର ଯୋଗ୍ୟ ରହିବା ଆବଶ୍ୟକ, ନିୟମିତ ଭାବେ ଫାୟାର ସେଫ୍ଟି ଅଡିଟ ଓ ମକ୍ ଡ୍ରିଲ୍ ଆୟୋଜନ କରାଯିବ । ଏହାସହ ଫାୟାର ସର୍ଭିସ ଓ ପୂର୍ତ୍ତ ବିଭାଗ ସହ ସମନ୍ୱୟ ରଖି ଆବଶ୍ୟକ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି  । 

 

Tags: