ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ମନ୍ତ୍ରୀ ଦାୟିତ୍ୱ
ଭୁବନେଶ୍ୱର : ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅକାଳ ବିୟୋଗ ପରେ ଆଜି ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି I ତେବେ ନିରଞ୍ଜନ ଅର୍ଥମନ୍ତ୍ରୀ ଥିବା ବେଳେ ବର୍ତ୍ତମାନ ସ୍ୱାସ୍ଥ୍ୟବିଭାଗର ଅତିରିକ୍ତ ଦାଇତ୍ୱ ତୁଲାଇବେ । ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଙ୍କ ସୁପାରିଶ ପରେ ଦ୍ୱାଇତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହାଫଳରେ ନିରଞ୍ଜନ ପୂଜାରୀ ବର୍ତ୍ତମାନ ରାଜ୍ୟର ନୂତନ ସ୍ୱାସ୍ଥ୍ୟମନ୍ତ୍ରୀ ହୋଇଛନ୍ତି । ସୂଚନାନୁସାରେ ୨୦୧୯ ସାଧାରଣ ନିର୍ବାଚନ ପରେ […]
ଭୁବନେଶ୍ୱର : ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅକାଳ ବିୟୋଗ ପରେ ଆଜି ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି I ତେବେ ନିରଞ୍ଜନ ଅର୍ଥମନ୍ତ୍ରୀ ଥିବା ବେଳେ ବର୍ତ୍ତମାନ ସ୍ୱାସ୍ଥ୍ୟବିଭାଗର ଅତିରିକ୍ତ ଦାଇତ୍ୱ ତୁଲାଇବେ । ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଙ୍କ ସୁପାରିଶ ପରେ ଦ୍ୱାଇତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହାଫଳରେ ନିରଞ୍ଜନ ପୂଜାରୀ ବର୍ତ୍ତମାନ ରାଜ୍ୟର ନୂତନ ସ୍ୱାସ୍ଥ୍ୟମନ୍ତ୍ରୀ ହୋଇଛନ୍ତି ।
ସୂଚନାନୁସାରେ ୨୦୧୯ ସାଧାରଣ ନିର୍ବାଚନ ପରେ ନବୀନ ପଟ୍ଟନାୟକ ସରକାରରେ ନବ ଦାସ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବେ କାର୍ଯ୍ୟ କରି ଆସୁଥିଲେ। ସେ ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ। ଗତକାଲି ବ୍ରଜରାଜନଗର ରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବାବେଳେ,ପୋଲିସ କର୍ମଚାରୀ ଗୋପାଳ ଦାସ ତାଙ୍କୁ ଗୁଳିମାଡ଼ କରି ହତ୍ୟା କରିଥିଲା I ତେବେ ଗୋପାଳ ଦାସ କାହିଁକି ମନ୍ତ୍ରୀ ନବ ଦାସଙ୍କ ଉପରକୁ କାହିଁକି ଗୁଳି ଚଳାଇଲେ ତାହା ଜଣାପଡ଼ିନି। ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏକ କ୍ରାଇମବ୍ରାଞ୍ଜ ଟିମ୍ ଗଠିତ ହୋଇଛି। ସୁନ୍ଦରଗଡ଼ ରେଞ୍ଜ କାର୍ଯ୍ୟାଳୟରେ ଗୋପାଳ ଦାସଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ଜେରା କରୁଥିବା ବେଳେ ସେ ଏହି ହତ୍ୟାକାଣ୍ଡ ଘଟାଇଥିବା ପ୍ରଥମେ ସ୍ୱୀକାର କରୁ ନ ଥିବା ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି।




