ଜିଲ୍ଲା ସ୍ତରୀୟ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଜିଲ୍ଲା ସ୍ତରୀୟ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
Samaya Live News Picture
Published On

ଭୁବନେଶ୍ୱର : ଏଣିକି ପ୍ରତି ଜିଲ୍ଲାରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଜୁନ ୧ତାରିଖ ରେ ଭୁବନେଶ୍ୱର ୟୁନିଟ-୨ ଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୮ତମ ପାଳିରେଅନୁଷ୍ଠିତ ହୋଇଥିଲା । ଜନତା ଦରବାର ଅଭିଯୋଗ ଶୁଣିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ସହିତ ଅନ୍ୟ ୧୩ଜଣ ବିଭାଗୀୟ ମନ୍ତ୍ରୀ । ଏହାପରେ ପ୍ରଚଣ୍ଡ ଗ୍ରୀଷ୍ମ ପାଇଁ  ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 

ମୁଖ୍ୟମନ୍ତ୍ରୀ ପ୍ରଥମେ ଆସି ବାହାରେ ଅପେକ୍ଷା କରିଥିବା ୩୦ଜଣ ଦିବ୍ୟାଙ୍ଗ ଓ ଦୁରାରୋଗରେ ପୀଡ଼ିତ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ଏହାପରେ ପ୍ରକୋଷ୍ଠ ଭିତରେ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ସେହିପରି ବିଭିନ୍ନ ରୋଗରେ ପୀଡ଼ିତ ପ୍ରାୟ ୧୩ ଜଣ ଅଭିଯୋଗକାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୩.୬୦ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର କରିଛନ୍ତି। 

ସୋମବାର ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ଜରିଆରେ ୬୦୦ରୁ ଊର୍ଦ୍ଧ୍ବ ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି ।
ଗତ ୧୭ ପାଳି ସୁଦ୍ଧା ଅଭିଯୋଗ ପ୍ରକୋଷ୍ଠରେ ପ୍ରତ୍ୟକ୍ଷ ଭାବେ ଆସିଥିବା ୧୪,୬୫୧ଟି ଅଭିଯୋଗ ମଧ୍ୟରୁ ୧୪,୦୪୬ ଅର୍ଥାତ ୯୬ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁଁ ବର୍ତ୍ତମାନ ଏହି କାର୍ଯ୍ୟକ୍ରମ ଟିକେ କମ୍ ଅଛି । ଗ୍ରୀଷ୍ମଋତୁ ପରେ ଏହାକୁ ଆହୁରି ବ୍ୟାପକ କରାଯିବ। ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ସମସ୍ୟା ଶୁଣିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 

 

Tags: