ପୁଣି ଫେରିଲା ତାତି,୨୦ ଓ ୨୩ ତାରିଖ ଯାଏଁ ହିଟୱେଭ
ଭୁବନେଶ୍ୱର : ରାଜ୍ୟକୁ ପୁଣି ଫେରିଲା ତାତି । ଆଗାମୀ ୨ ସପ୍ତାହ ଯାଏଁ ତାତିରୁ ମିଳିବନି ତ୍ରାହି I ଆଜି ସକାଳ ୮.୩୦ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୪.୬ ଡିଗ୍ରୀରେ ପହଞ୍ଚିଥିଲା I ସକାଳ ପହରୁ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି I ୨୦, ୨୧ ତାରିଖ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ୨୧ ତାରିଖ ଯାଏ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ […]
ଭୁବନେଶ୍ୱର : ରାଜ୍ୟକୁ ପୁଣି ଫେରିଲା ତାତି । ଆଗାମୀ ୨ ସପ୍ତାହ ଯାଏଁ ତାତିରୁ ମିଳିବନି ତ୍ରାହି I ଆଜି ସକାଳ ୮.୩୦ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୪.୬ ଡିଗ୍ରୀରେ ପହଞ୍ଚିଥିଲା I ସକାଳ ପହରୁ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି I ୨୦, ୨୧ ତାରିଖ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ୨୧ ତାରିଖ ଯାଏ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ । ୨୦ ତାରିଖ ପାଇଁ ୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଆଜି ସକାଳ ୮.୩୦ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୪.୬ ଡିଗ୍ରୀରେ ପହଞ୍ଚିଥିଲା I
ବାୟୁମଣ୍ଡଳର ମଧ୍ୟ ଓ ଉପରି ଭାଗରେ ଶୁଷ୍କ ପଶ୍ଚିମା ବାୟୁର ପ୍ରବାହ ବୃଦ୍ଧି ତଥା ସାମୁଦ୍ରିକ ବାୟୁ ପ୍ରବାହ ଦୁର୍ବଳ ହେବାର ସମ୍ଭାବନା ଥିବାରୁ ମେ’ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ଆକଳନ ଅନୁଯାୟୀ ମେ’ ୨୪ରୁ ୩୦ ମଧ୍ୟରେ ରାଜ୍ୟରେ ତାପମାତ୍ରା ବହୁ ପରିମାଣରେ ବୃଦ୍ଧି ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ପଶ୍ଚିମ ଓଡ଼ିଶାର ସମସ୍ତ ଜିଲ୍ଲାର ତାପମାତ୍ରା ୪୦ରୁ ୪୫ ଡିଗ୍ରି ମଧ୍ୟରେ ରହିବ। ଗୋଟିଏ ଦୁଇଟି ସ୍ଥାନରେ ୪୫ ଡିଗ୍ରି ଡେଇଁଯିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ସେହିପରି ୨୧ ତାରିଖ ପାଇଁ ହିଟୱେଭ୍ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଗାମୀ ୪ ଦିନ ଲାଗି ଦେଶର ୬ଟି ରାଜ୍ୟକୁ ଗ୍ରୀଷ୍ଣପ୍ରବାହ ଏବଂ ୩ଟି ରାଜ୍ୟରେ ଭାରି ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ରାଜସ୍ଥାନ, ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ବିହାରରେ ଗ୍ରୀଷ୍ଣପ୍ରବାହ ନେଇ ପୂର୍ବାନୁମାନ କରାଯାଇଛି ।




