୨୫ ରୁ ୪ ଦିନ ଧରି ପ୍ରବଳ ବର୍ଷା

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ I ୪ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ଆଜି ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ୫.୮ରୁ ୭.୬ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ସମାନ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏନେଇ ପୂର୍ବାନୁମାନ କରିଛି ପାଣିପାଗ […]

Samaya Live Picture
Published On

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ I ୪ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ଆଜି ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ୫.୮ରୁ ୭.୬ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ସମାନ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ମୌସୁମୀ ସକ୍ରିୟ ରହିଥିବା ବେଳେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବୃଦ୍ଧି ହେବ। ଏହା ପ୍ରଭାବରେ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଖୋର୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲା ପାଇଁ ୟେ‌ଲୋୱାର୍ଣ୍ଣିଂ ଜାରି କରାଯାଇଛି।

Tags: