୫ ଦିନ ଯାଏଁ ପ୍ରବଳ ବର୍ଷା ,ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି I ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ସୂଚନା ଦେଇଛି I ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଫଳରେ ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ […]
ଭୁବନେଶ୍ୱର : ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି I ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ସୂଚନା ଦେଇଛି I ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଫଳରେ ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ୧୪ ତାରିଖ ଦିନ ୬ଟି ଏବଂ ୧୫ ତାରିଖ ଦିନ ୪ ଟି,୧୬ ତାରିଖ ୭ଟି ଏବଂ ୧୭ ତାରିଖ ୧୦ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି I ଏହି ୫ ଦିନ ରାଜ୍ୟରେ ବିଭିନ୍ନ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବାର ସୂଚନା ଦେଇଛି ପାଣିପାଗ ବିଭାଗ I




