ତିନି ଦିନ ଧରି ପ୍ରବଳ ବର୍ଷା,୭ଜିଲ୍ଲାରେ କାଚିବ

ଭୁବନେଶ୍ୱର : ଆସନ୍ତା ୩ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା । ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୁର୍ଣ୍ଣିବଳୟ। ଆଗକୁ ନେଇପାରେ ଲଘୁଚାପର ରୂପ। ପ୍ରଭାବରେ ୩୧ ରୁ ୫ ତାରିଖ ଯାଏଁ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା,ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ଅନୁଗୁଳରେ […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତା ୩ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା । ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୁର୍ଣ୍ଣିବଳୟ। ଆଗକୁ ନେଇପାରେ ଲଘୁଚାପର ରୂପ। ପ୍ରଭାବରେ ୩୧ ରୁ ୫ ତାରିଖ ଯାଏଁ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା,ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏପଟେ ମୌସୁମୀ ସହ ୩ଟି ପଛକୁ ପଛ ଲଘୁଚାପ ସକ୍ରିୟ ଥିବାରୁ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୨୪ ଘଂଟାରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପ୍ରବଳ ବର୍ଷା ପାଇଁ କେନ୍ଦୁଝର,ମୟୁରଭଞ୍ଜ, ବାଲେଶ୍ୱର , ଭଦ୍ରକ ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ,କଟକ ମାଲକାନଗିରି କୋରାପୁଟ ଓ ନବରଙ୍ଗପୁର ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର ,ମୟୁରଭଞ୍ଜ, ବାଲେଶ୍ୱର ,ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ।

Tags: