ଲଘୁଚାପ ପ୍ରଭାବରେ ମୟୁରଭଞ୍ଜରେ ପ୍ରବଳ ବର୍ଷା,ଆଜି ପାଇଁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ । ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ। ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ବର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ […]

Samaya Live Picture
Published On

ଭୁବନେଶ୍ୱର : ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ । ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ। ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ବର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ କିଛି ନଦୀରେ ଜଳପତ୍ତନ ବୃଦ୍ଧି ଘଟିବା ଆଶଙ୍କା ଥିବାରୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଲଗାଣ ବର୍ଷା ଯୋଗୁଁ ମୟୂରଭଞ୍ଜର ବଡବିଲ ଗାଁର ଘର ଭୁଶୁଡିବା ସହିତ ରାସଗୋବିନ୍ଦପୁର,ମୋରଡା,ଶୁଳିଆପଦା,ଚିତ୍ରଡା ଅଞ୍ଚଳରେ ଥିବା ଛୋଟ ଛୋଟ ନଦୀର ଜଳସ୍ତର ବୃଦ୍ଧି ପାଇଛି । ଚାଷ ଜମି ସବୁ ବୁଡିଯିବା ସହିତ ୨୦ରୁ ଅଧିକ ଗାଁ ଭିତରକୁ ପାଣି ପଶିଛି। ସେପଟେ କେନ୍ଦୁଝର ସାହାରପଡ଼ା କୁମୁଳାବାହାଳୀ ନିକଟ ତେଲ ନଦୀ ପୋଲ ଉପରେ ୩ ଫୁଟର ପାଣି ଚାଲୁଛି। କେନ୍ଦୁଝର ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି।

ସେହିପରି ବିପଦ ସଙ୍କେତ ଅତିକ୍ରମ କରି କ୍ରମଶଃ ବୃଦ୍ଧି ପାଉଛି ଜଳକା ନଦୀର ଜଳସ୍ତର। ବାଲେଶ୍ବର ମଥାନୀ ଠାରେ ବିପଦ ସଙ୍କେତ ୬.୫୦ ମିଟର ରହିଥିବା ବେଳେ ଆଜି ସକାଳ ୭ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୮୦ ମିଟରରେ ପ୍ରବାହିତ ହେଉଛି। ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗତ ଦୁଇଦିନ ଧରି ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି।

Tags: