ଆଗାମୀ ୨ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଅବପାତରେ ପରିଣତ ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ସଦୃଶ୍ୟ ଲଘୁଚାପ ଓ ପରେ ଅବପାତରେ ପରିଣତ ହୋଇଛି। ଆଜି ସକାଳେ ଅବପାତ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିଛି। ଉତ୍ତର ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼ ମୁହାଁ ହେବ। ଆଜି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିବ। ଏହା ପ୍ରଭାବରେ ଆସନ୍ତା ୨ଦିନ ଧରି ପ୍ରବଳ ବର୍ଷା ହେବା ସମ୍ଭାବନା […]
ଭୁବନେଶ୍ୱର : ଅବପାତରେ ପରିଣତ ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ସଦୃଶ୍ୟ ଲଘୁଚାପ ଓ ପରେ ଅବପାତରେ ପରିଣତ ହୋଇଛି। ଆଜି ସକାଳେ ଅବପାତ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିଛି। ଉତ୍ତର ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼ ମୁହାଁ ହେବ। ଆଜି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିବ। ଏହା ପ୍ରଭାବରେ ଆସନ୍ତା ୨ଦିନ ଧରି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ।
କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । କଳାହାଣ୍ଡି, କନ୍ଧମାଳ, ରାୟଗଡା ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ସେହିପରି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଗଂଜାମ, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡା ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ଏହିସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିମି ପବନ ବହିବ । ସେହିପରି ଆଜି ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ଅନୁଗୋଳ, କନ୍ଧମାଳ, ବରଗଡ଼, ବଲାଙ୍ଗିର,ନୂଆପଡ଼ା, କଳାହାଣ୍ଡି,ନବରଙ୍ଗପୁର ଓ କୋରାପୁଟରେ ପ୍ରବଳ ବର୍ଷା ହେବ । ୨୨ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ କମିବ। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର ।




