ସନ୍ଧ୍ୟା ୭ଟା ଯାଏଁ ପ୍ରବଳ ବର୍ଷା ,ଟ୍ୱିନ୍ ସିଟିକୁ ଆଲର୍ଟ
ଭୁବନେଶ୍ୱର : ଗୁରୁବାର ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ସନ୍ଧ୍ୟା ୭ଟା ଯାଏଁ ସହରରରେ ପ୍ରବଳ ବର୍ଷୀବା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଘଡଘଡି ସହ ୨ ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରାଯାଇଛି। ବର୍ଷା ବେଳେ ଟ୍ରାଫିକ୍ ସମସ୍ୟା ଦେଖାଯିବା ନେଇ ମଧ୍ୟ ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମୟରେ ଘରୁ ନ ବାହାରିବାକୁ ପରାମର୍ଶ […]
ଭୁବନେଶ୍ୱର : ଗୁରୁବାର ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ସନ୍ଧ୍ୟା ୭ଟା ଯାଏଁ ସହରରରେ ପ୍ରବଳ ବର୍ଷୀବା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଘଡଘଡି ସହ ୨ ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରାଯାଇଛି। ବର୍ଷା ବେଳେ ଟ୍ରାଫିକ୍ ସମସ୍ୟା ଦେଖାଯିବା ନେଇ ମଧ୍ୟ ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମୟରେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।
ସୂଚନା ଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାସହ ଆଜି ପାଇଁ ରାଜ୍ୟର ୫ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଏବଂ ସମ୍ବଲପୁର। ବର୍ଷାର ପରିମାଣ ବୃଦ୍ଧି ହେବା ଦ୍ୱାରା ତଳିଆ ଅଞ୍ଚଳରେ ପାଣିଗୁଡ଼ିକ ଜମି ରହିବା ନେଇ ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।




