ଦୁର୍ବଳ ହେଲା ଗଭୀର ଅବପାତ ,୬ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ବର : ଦୁର୍ବଳ ହେଲା ଗଭୀର ଅବପାତ। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଗଭୀର ଅବପାତ ଓଡିଶା ଉପରେ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି। ଏହା ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଛତିଶଗଡ଼ ମୁହାଁ ହେଉଛି । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୨୨ କିଲୋମିଟର ବେଗରେ ଗତି କରୁଥିବା ଅବପାତ ଏବେ ଆଭ୍ୟନ୍ତରୀଣ ଓଡିଶା ଉପରେ ରହିଛି। ପାଣିପାଗ […]

Samaya Live Picture
Published On

ଭୁବନେଶ୍ବର : ଦୁର୍ବଳ ହେଲା ଗଭୀର ଅବପାତ। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଗଭୀର ଅବପାତ ଓଡିଶା ଉପରେ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି। ଏହା ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଛତିଶଗଡ଼ ମୁହାଁ ହେଉଛି । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୨୨ କିଲୋମିଟର ବେଗରେ ଗତି କରୁଥିବା ଅବପାତ ଏବେ ଆଭ୍ୟନ୍ତରୀଣ ଓଡିଶା ଉପରେ ରହିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ୬ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣି କରାଯାଇଛି। ମଙ୍ଗଳବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ସେ ସବୁ ଜିଲା ଗୁଡ଼ିକ ହେଲା ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା । ଅବପାତଟି ଝାରସୁଗୁଡା ଠାରୁ ୯୦ କିମି ପଶ୍ଚିମ ଦକ୍ଷିଣ ପଶ୍ଚିମ ଦିଗରେ ଏବଂ ସମ୍ବଲପୁର ଠାରୁ ୭୦ କିମି ପଶ୍ଚିମ ଉତ୍ତର ପଶ୍ଚିମରେ କେନ୍ଦ୍ରୀଭୂତ ରହିଛି। ଆଜି ସନ୍ଧ୍ୟା ସୁଦ୍ଧା ଦୁର୍ବଳ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବI ପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ମଧ୍ୟପ୍ରଦେଶ ମୁହାଁ ହେବ ଅବପାତ। ଯାହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ବଲାଙ୍ଗୀର, ବୌଦ୍ଧ, ସୋନପୁର, କଳାହାଣ୍ଡି, ନୂଆପଡା, ଦେବଗଡ଼ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କାଲିଠାରୁ ବର୍ଷାର ପରିମାଣ କମିବ।

ଅନ୍ୟପଟେ ଗଭୀର ଅବପାତ ପ୍ରଭାବରେ ଆଜି ଭୀଷଣ ବର୍ଷା ନେଇ ରାଜ୍ୟରେ ୩ ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି,ଗଂଜାମ ଓ କୋରାପୁଟ I ଏହି ଜିଲ୍ଲା ଗୁଡିକରେ ସାମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡିକୁ ଛୁଟି ଘୋଷଣା କରିଛନ୍ତି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ । ଏହା ସହିତ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ।

Tags: