୫ ଦିନ ଯାଏଁ ପ୍ରବଳ ବର୍ଷା,୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି
ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଲଘୁଚାପ ପ୍ରଭାବରେ ଆଗାମୀ ପାଞ୍ଚ ଦିନ ଯାଏଁ ବର୍ଷାର ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପ ଯୋଗୁଁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ । ଏଥି ପାଇଁ ୧୨ ଜିଲ୍ଲାକୁ ଆଜି ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ସୋମବାର କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି […]
ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଲଘୁଚାପ ପ୍ରଭାବରେ ଆଗାମୀ ପାଞ୍ଚ ଦିନ ଯାଏଁ ବର୍ଷାର ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପ ଯୋଗୁଁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ । ଏଥି ପାଇଁ ୧୨ ଜିଲ୍ଲାକୁ ଆଜି ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ ।
ସୋମବାର କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ସେହିପରି ମଙ୍ଗଳବାର-ଗୁରୁବାର ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଏହା ସହିତ ଏ ସବୁ ଜିଲ୍ଲା ଗୁଡିକରେ ୭ରୁ ୧୧ ଯାଏଁ ବର୍ଷା ହେବାର ସମ୍ଭାବନା ଅଛି ।
ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲା, ୨୫ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୨୭ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ମୟୂରଭଂଜରେ ସର୍ବାଧିକ ୫୬ ମିମି ବର୍ଷା ରେକର୍ଡ ହୋଇଛି ।
ସେହିପରି ଆସନ୍ତାକାଲିଠାରୁ ଗୁରୁବାର ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କାଲି ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୬ ତାରିଖ ପରେ ପାଗରେ ପୁଣି ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ସେପଟେ ଆଜିଠାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।




