ସକାଳୁ ସକାଳୁ ଟ୍ୱିନ ସିଟି ସମେତ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ବଦଳୁଛି ପାଣିପାଗ I ଆଗକୁ ଆସୁଛି ପଛକୁ ପଛ ଦୁଇଟି ଲଘୁଚାପ I ଆଜି ସକାଳେ ଟ୍ୱିନ୍‌ ସିଟି ସମେତ ଉପକୂଳ ଓଡ଼ିଶା ତଥା ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଭୀଷଣ ବର୍ଷା ଲାଗି ରହିଛି I କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷ ହେଉଛି I ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ ବଦଳୁଛି ପାଣିପାଗ I ଆଗକୁ ଆସୁଛି ପଛକୁ ପଛ ଦୁଇଟି ଲଘୁଚାପ I ଆଜି ସକାଳେ ଟ୍ୱିନ୍‌ ସିଟି ସମେତ ଉପକୂଳ ଓଡ଼ିଶା ତଥା ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଭୀଷଣ ବର୍ଷା ଲାଗି ରହିଛି I କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷ ହେଉଛି I ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ସକାଳ ସାଢ଼େ ଆଠଟା ସୁଦ୍ଧା ପାରାଦୀପରେ ୧୦୫ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀରେ ୮୬.୬ ମିମି,ଢେଙ୍କାନାଳରେ ୭୦ ମିମି ନୟାଗଡରେ ୪୩.୧ ମିମି, କେନ୍ଦ୍ରାପଡ଼ାରେ୨୨.୪ ମିମି, ଭୁବନେଶ୍ୱରରେ ୧୪.୭ ମିମି, ଗୋପାଳପୁରରେ ୨.୧ ମିମି, ଚାନ୍ଦବାଲିରେ ୧୧.୯ ମିମି ଓ ବାଲେଶ୍ୱରରେ ୧୦.୨ ମିମି ବର୍ଷା ରେକର୍ଡ କରାଯାଇଛି।

ସେହିପରି ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହାର ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ଅଧିକ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପଟି ଘନୀଭୂତ ହୋଇ ଅବପାତରେ ପରିଣତ ହେବାକୁ ଥିବାରୁ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆକଳନ କରାଯାଇଛି। ଏଥିପାଇଁ ରାଜ୍ୟରେ ଆସନ୍ତା ୧୬ ତାରିଖଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ୧୮ରୁ ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଏହାଦ୍ୱାରା ଚାଷ କାର୍ଯ୍ୟ ଆଗେଇବ ବୋଲି ଆକଳନ କରାଯାଇଛି।

Tags: