ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳ ବର୍ଷିବ
ଭୁବନେଶ୍ୱର : ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ତେବେ ଏହି ୩ ଦିନରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ […]
ଭୁବନେଶ୍ୱର : ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ତେବେ ଏହି ୩ ଦିନରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାରେ ଅରେଞ୍ଜ ଓ ୧୨ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅତି ପ୍ରବଳ ବର୍ଷା ନେଇ ୟେଲୋ ୱର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା- କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଅନୁଗୁଳ, ସୋନପୁର, ସମ୍ବଲପୁର ଓ ଜଗତସିଂହପୁର ।
#PressRelease : Heavy rainfall activity over districts of Odisha. pic.twitter.com/fGiXM833rd
— Meteorological Centre, Bhubaneswar (@mcbbsr) July 21, 2022
ଅନ୍ୟପକ୍ଷରେ, ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୬ ତାରିଖ ପରେ ସପ୍ତାହେ ପର୍ଯ୍ୟନ୍ତ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି । ତେବେ କେତେକ ରାଜ୍ୟରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟରେ ଜଳପ୍ରବାହ ବଢ଼ୁଥିବାରୁ ହୀରାକୁଦରେ ଏପର୍ଯ୍ୟନ୍ତ ୧୦ ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି ।




