ଓପିଏସସି ପରୀକ୍ଷାଫଳ ପ୍ରକାଶନ ଉପରେ ହଟିଲା ହାଇକୋର୍ଟଙ୍କ ଅଙ୍କୁଶ

କଟକ : ୨୦୨୧ ଓପିଏସସି ପରୀକ୍ଷା ଫଳ ପ୍ରକାଶନ ଉପରୁ ହଟିଲା ହାଇକୋର୍ଟଙ୍କ ଅଙ୍କୁଶ I ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀଙ୍କ ଆବେଦନର ପ୍ରାରମ୍ଭିକ ଶୁଣାଣି କରି ଅନ୍ତରୀଣ ଅଙ୍କୁଶ ହଟାଇବାକୁ ନିର୍ଦେଶ ଦେଇଛନ୍ତି କୋର୍ଟ। କୋର୍ଟଙ୍କ ବିନା ଅନୁମତିରେ ନିଯୁକ୍ତି ପ୍ରକ୍ରିୟାର ଫଳାଫଳ ପ୍ରକାଶ କରାଯିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। ଏହି ନିର୍ଦ୍ଦେଶରେ ପରିବର୍ତ୍ତନ ପ୍ରସଙ୍ଗ ନେଇ ଓପିଏସସି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ଅଙ୍କୁଶ ଫଳରେ ଅନ୍ୟ ଶତାଧିକ ପ୍ରାର୍ଥୀ ପ୍ରଭାବିତ ହେବେ ବୋଲି […]

Samaya Live Picture
Published On

କଟକ : ୨୦୨୧ ଓପିଏସସି ପରୀକ୍ଷା ଫଳ ପ୍ରକାଶନ ଉପରୁ ହଟିଲା ହାଇକୋର୍ଟଙ୍କ ଅଙ୍କୁଶ I ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀଙ୍କ ଆବେଦନର ପ୍ରାରମ୍ଭିକ ଶୁଣାଣି କରି ଅନ୍ତରୀଣ ଅଙ୍କୁଶ ହଟାଇବାକୁ ନିର୍ଦେଶ ଦେଇଛନ୍ତି କୋର୍ଟ। କୋର୍ଟଙ୍କ ବିନା ଅନୁମତିରେ ନିଯୁକ୍ତି ପ୍ରକ୍ରିୟାର ଫଳାଫଳ ପ୍ରକାଶ କରାଯିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। ଏହି ନିର୍ଦ୍ଦେଶରେ ପରିବର୍ତ୍ତନ ପ୍ରସଙ୍ଗ ନେଇ ଓପିଏସସି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ଅଙ୍କୁଶ ଫଳରେ ଅନ୍ୟ ଶତାଧିକ ପ୍ରାର୍ଥୀ ପ୍ରଭାବିତ ହେବେ ବୋଲି ଆବେଦନରେ ଉଲ୍ଲେଖ କରିଥିଲା ଓପିଏସସି। ହାଇକୋର୍ଟ ଓପିଏସସି ଆବେଦନର ଶୁଣାଣି କରି ପୂର୍ବ ନିର୍ଦ୍ଦେଶରେ ପରିବର୍ତ୍ତନ କରିଛନ୍ତି। ଗୋଟିଏ ପଦବୀକୁ ସଂରକ୍ଷିତ ରଖିବାକୁ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ପଦବୀରେ ହାଇକୋର୍ଟଙ୍କ ବିନା ଅନୁମତିରେ ନିଯୁକ୍ତି ଦିଆଯିବ ନାହିଁ ବୋଲି ସୂଚନା ମିଳିଛି।

Tags: