୨୬ରେ ଶପଥ ନେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ ମାର୍ଚ୍ଚ ୨୬ ତାରିଖ ପୂର୍ବାହ୍ନ ୧୦ଟା ସମୟରେ ଶପଥ ଗ୍ରହଣ କରିବେ। ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ଶପଥ ଗ୍ରହଣ କରାଇବେ ଓଡ଼ିଶାର ମହାମହିମ ରାଜ୍ୟପାଳ ହରିବାବୁ କମ୍ଭମପତି। ଓଡ଼ିଶା ହାଇକୋର୍ଟ ପରିସରରେ ଏହି ସମାରୋହର ଆୟୋଜନ କରାଯାଉଛି। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତି, କର୍ମଚାରୀ, ବାର ଆସୋସିଏସନ୍‌ର ବରିଷ୍ଠ ସଦସ୍ୟ ପ୍ରମୁଖ ଉପସ୍ଥିତ ରହିବେ। ସୂଚନାଯୋଗ୍ୟ, ଜଷ୍ଟିସ୍‌ ହରୀଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ […]

Samaya Live Picture
Published On

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ ମାର୍ଚ୍ଚ ୨୬ ତାରିଖ ପୂର୍ବାହ୍ନ ୧୦ଟା ସମୟରେ ଶପଥ ଗ୍ରହଣ କରିବେ। ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ଶପଥ ଗ୍ରହଣ କରାଇବେ ଓଡ଼ିଶାର ମହାମହିମ ରାଜ୍ୟପାଳ ହରିବାବୁ କମ୍ଭମପତି। ଓଡ଼ିଶା ହାଇକୋର୍ଟ ପରିସରରେ ଏହି ସମାରୋହର ଆୟୋଜନ କରାଯାଉଛି। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତି, କର୍ମଚାରୀ, ବାର ଆସୋସିଏସନ୍‌ର ବରିଷ୍ଠ ସଦସ୍ୟ ପ୍ରମୁଖ ଉପସ୍ଥିତ ରହିବେ।

ସୂଚନାଯୋଗ୍ୟ, ଜଷ୍ଟିସ୍‌ ହରୀଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ସେ ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ରହିଛନ୍ତି ।  ସୁପ୍ରିମକୋର୍ଟ କଲେଜିୟମ୍‌ କଲିକତା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ। ଏ ସଂକ୍ରାନ୍ତରେ ଗତ ମାର୍ଚ୍ଚ ୬ରେ ସୁପ୍ରିମକୋର୍ଟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା।

Tags: