CPET ପରୀକ୍ଷା ଆବେଦନ ସମୟ ସୀମା ବୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ବର : Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନ ସମୟସୀମାକୁ ମାର୍ଚ୍ଚ ୧୮ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଛି । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
CPET ପରୀକ୍ଷା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୧୮ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ସାମ୍ସ (SAMS) ପୋର୍ଟାଲକୁ ଯାଇ ନିଜର ଫର୍ମ ପୂରଣ କରିପାରିବେ। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମସୟସୀମା ଅନୁସାରେ, CPET ପରୀକ୍ଷା ଆବେଦନ ପାଇଁ ମାର୍ଚ୍ଚ ୧୫ ତାରିଖ ଶେଷ ତାରିଖ ରହିଥିଲା। କିନ୍ତୁ, ଛାତ୍ରଛାତ୍ରୀମାନଙ୍କ ବୃହତ୍ତର ସ୍ୱାର୍ଥ ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଆବେଦନର ସମୟସୀମାକୁ ବୃଦ୍ଧି କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ସୂଚନାନୁସାରେ, ୨୦୨୬-୨୭ ଶିକ୍ଷାବର୍ଷରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ପ୍ରଥମେ ଛାତ୍ରୀଛାତ୍ରମାନଙ୍କୁ CPET ପରୀକ୍ଷା ଦେବାକୁ ପଡ଼ିବ । ଏପ୍ରିଲ ମାସ ୨୭ ତାରିଖରୁ ମେ’ ମାସ ୧୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ନାତକୋତ୍ତର ବିଷୟ ପାଇଁ CPET ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ମାର୍କ ଆଧାରରେ ଛାତ୍ରୀଛାତ୍ରମାନଙ୍କୁ ପାଠ୍ୟକ୍ରମ ପାଇଁ ଚୟନ କରାଯିବ। ଏଥିସହ ଜୁଲାଇ ୧୦ ତାରିଖ ସୁଦ୍ଧା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମକୁ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।



