ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଲେ ମହାମହିମ ରାଷ୍ଟ୍ରପତି
ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ପନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଆଜି ଅପରାହ୍ଣରେ ଐତିହାସିକ କଟକ ବାଲିଯାତ୍ରା ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୪ଟା ୩୦ରେ ସିଲଭରସିଟି ବୋଟ୍ କ୍ଲବ୍ ନିକଟରେ ପହଞ୍ଜିବା ପରେ କଳିଙ୍ଗ ତରଙ୍ଗିନୀ ନୌକା ଯୋଗେ ବାଲିଯାତ୍ରା ପଡିଆ ଯିବେ। ଏଥିପାଇଁ ଡଙ୍ଗାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ କରାଯାଇଛି । ରାଷ୍ଟ୍ରପତିଙ୍କ ସମେତ ଏଥିରେ ୧୫ ଜଣ ବସିବାର ବ୍ୟବସ୍ଥା କରାଯାଇଛି। ସନ୍ଧ୍ୟା ୫ଟାରେ ଗଡଗଡିଆ ଘାଟରେ ମହାନଦୀ ଆଳତି ଓ ବୋଇତ ବନ୍ଦାଣ କରାଯିବ। ପରେ କଟକ ଇନ୍ କଟକ ମହାନଗର ନିଗମର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ରାଷ୍ଟ୍ରପତି ଉଦଘାଟନ କରିବେ। ଗତକାଲି ଅଭିନ୍ନଚନ୍ଦ୍ର ହୋମିଓପ୍ୟାଥି କଲେଜ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।
Tags:




